fbpx
BSKY
BJD MC SKY
BJD YOUTH SKY

କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ଅନୁଗୁଳ, ୪।୧୧(ଓଡିଶା ଭାସ୍କର): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଅନୁଗୁଳ ଜିଲ୍ଲା ବଇଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀଙ୍କ ସରକାରୀ କାର୍ଯ୍ୟାଳୟରେ ଭିଜିଲାନ୍ସ ରେଡ଼ ହୋଇଛି। କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ଘରେ ମଧ୍ୟ ଭିଜିଲାନ୍ସ ଚଢ଼ାଉ କରିଛି । ଭିଜିଲାନ୍ସ କଟକ ଡିଭିଜନ ଏସ୍‌ପି ଶଶିଭୂଷଣ ମିଶ୍ରଙ୍କ ନେତୃତ୍ୱରେ ଏହି ଚଢ଼ାଉ ଚାଲିଛି ।

ନିଆଳିର ସିଠାଳୋସ୍ଥିତ ପୈତୃକ ବାସଭବନ , ଶ୍ୱଶୁର ଘର ସମେତ ୪ଟି ଜାଗାରେ ଭିଜିଲାନ୍ସ ଏକକାଳୀନ ଚଢାଉ କରୁଛି । ତେବେ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି ତାହା ସ୍ପଷ୍ଟ ହୋଇନି। କଟକ ଓ ଅନୁଗୁଳ ଭିଜିଲାନ୍ସ ଟିମ୍ ପକ୍ଷରୁ ମିଳିତ ଭାବେ ଏହି ଚଢ଼ାଉ ହୋଇଛି ।

Get real time updates directly on you device, subscribe now.