fbpx

ନିର୍ଭୟା ମାମଲା: ସୁପ୍ରିମକୋର୍ଟରେ ରିଟ୍ ପିଟିସନ ଦାଖଲ କଲା ବିନୟ

ନୂଆଦିଲ୍ଲୀ,୧୧ ।୨: ନିର୍ଭୟା ମାମଲାରେ ସୁପ୍ରିମ୍‌ କୋର୍ଟ ଗଲା ଦିଲ୍ଲୀ ନିର୍ଭୟା ଗଣଦୁଷ୍କର୍ମ ଦୋଷୀ ବିନୟ ଶର୍ମା । ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଜକ୍ଷମା ଆବେଦନ ଖାରଜ କରିବା ବିରୋଧରେ ସେ ଆଜି ସୁପ୍ରିମକୋର୍ଟରେ ରିଟ୍ ପିଟିସନ ଦାଖଲ କରିଛି । ବିନୟ ସମେତ ୪ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ହୋଇଛି। ଅନ୍ୟପଟେ ନୂଆ ଡେଥ୍‌ ୱାରେଣ୍ଟ ଜାରି ପାଇଁ ନିର୍ଭୟାଙ୍କ ବାପା-ମାଆଙ୍କ ଆବେଦନ କରିଛନ୍ତି । ଏନେଇ ୪ ଜଣ ଯାକ ଦୋଷୀଙ୍କୁ ନୋଟିସ୍‌ ଜାରି କରିଛନ୍ତି କୋର୍ଟ । କାଲି ଅପରାହ୍‌ଣ ୨ଟାରେ ହେବ ଆବେଦନର ଶୁଣାଣି ।

ଉଲ୍ଲେଖଯୋଗ୍ୟ ଯେ, ଗତ ଫେବୃଆରୀ ୧ରେ ନିର୍ଭୟା ମାମଲାରେ ସମ୍ପୃକ୍ତ ୪ଦୋଷୀଙ୍କୁ ଫାଶୀ ହୋଇଥାନ୍ତା । କିନ୍ତୁ ଦୋଷୀ ବିନୟ ରାଜକ୍ଷମା ଆବେଦନ କରିଥିବାରୁ ଏବଂ ରାଜକ୍ଷମା ଆବେଦନ ବିଚାରଧୀନ ଥିବାରୁ ଡ଼େଥ ୱାରେଣ୍ଟ ଉପରେ ରୋକ୍ ଲଗାଇଥିଲେ ପଟିଆଲା ହାଉସକୋର୍ଟ ।

ନିର୍ଭୟା ଗଣଦୁଷ୍କର୍ମ ମାମଲାରେ ଚାରି ଦୋଷୀମାନେ ଫାଶୀରୁ ବଞ୍ଚିବା ପାଇଁ ବିଭିନ୍ନ ପ୍ରକାରର ରାସ୍ତା ଆପଣାଇଥିଲେ । ଜଣକ ପରେ ଜଣେ କ୍ୟୁରେଟିଭ ପିଟିସନ ଦାଖଲ କରିବା ସାଙ୍ଗକୁ ରାଜକ୍ଷମା ପାଇଁ ଆବେଦନ ମଧ୍ୟ କରିଥିଲେ । ଏନେଇ ଫାଶୀ ତାରିଖ ମଧ୍ୟ ଘୁଞ୍ଚି ଘୁଞ୍ଚି ଯାଉଥିଲା । ଦିଲ୍ଲୀ ପଟିଆଲା ହାଉସ କୋର୍ଟରେ ପ୍ରଥମେ ଜାନୁଆରୀ ୨୨ରେ ସକାଳ ୭ଟା ରେ ଫାଶୀ ହେବା ନେଇ ମୃତ୍ୟୁ ପରୱାନା ଜାରି ହୋଇଥିଲା । ଚାରୀ ଦୋଷୀଙ୍କ ମଧ୍ୟରୁ ମୁକେଶ ରାଜକ୍ଷମା ଆବେଦନ କରିଥିଲା । ମୁକେଶର ରାଜକ୍ଷମାକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଖାରଜ କରିବା ପରେ ଫାଶୀ ତାରିଖ ୧୪ଦିନ ଘୁଞ୍ଚି ଫେବୃଆରୀ ୧ ସକାଳ ୬ଟାରେ ୪ଦୋଷୀଙ୍କୁ ଫାଶୀ ଦେବାକୁ ଡ଼େଥ ୱାରେଣ୍ଟ ଜାରି କରିଥିଲେ ପଟିଆଲା ହାଉସକୋର୍ଟ । ଗତ ୫ ତାରିଖ ଦିନ ୪ଦୋଷୀଙ୍କୁ ପୃଥକ ଭାବେ ଫାଶୀ ପାଇଁ ମନା କରିଥିଲେ ହାଇକୋର୍ଟ । ଦୋଷୀଙ୍କୁ ତୁରନ୍ତ ଫାଶୀ ଦେବା ଆବେଦନ ଖାରଜ କରିଥିଲେ ହାଇକୋର୍ଟ । ସମସ୍ତ ଦୋଷୀଙ୍କୁ ଏକତ୍ର ଫାଶୀ ଦେବାକୁ ରାୟ ଶୁଣାଇଥିଲେ ହାଇକୋର୍ଟ । ନିର୍ଭୟା ମାମଲାରେ ୪ଦୋଷୀଙ୍କୁ ସପ୍ତାହେ ମହଲତ ଦିଆଯାଇଛି । ୭ଦିନ ମଧ୍ୟରେ ଆଇନଗତ କାର୍ଯ୍ୟ ପୂରଣ କରିବାକୁ ଦୋଷୀଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

Get real time updates directly on you device, subscribe now.