fbpx

ଜୁନ୍ ୧୫ ଯାଏଁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ ମନା

ପୁରୀ,୧୬ ।୫(ଓଡିଶା ଭାସ୍କର): ରାଜ୍ୟରେ କରୋନାର ବଢୁୁଥିବା ମାମଲାକୁ ଦୃଷ୍ଟିରେ ରଖି ଅନେକ କଟକଣା ଲାଗୁ କରାଯାଉଛି । ଏହାରି ମଧ୍ୟରେ ଆସନ୍ତା  ଜୁନ୍ ମାସ ୧୫ ତାରିଖ ଯାଏଁ ଶ୍ରୀମନ୍ଦିରରେ ଜଗନ୍ନାଥଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କୁ ମନା ହୋଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଟକଣାର ଅବଧିକୁ ବୃଦ୍ଧି କରାଯାଇଛି । କୋଭିଡ ସ୍ଥିତିକୁ ନେଇ ସମୀକ୍ଷା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି । ଶ୍ରୀମନ୍ଦିର ଓ ଜିଲ୍ଲା ପ୍ରଶାସନର ସମୀକ୍ଷା ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି । କିନ୍ତୁ ସୀମିତ ସେବାୟତଙ୍କୁ ନେଇ ଶ୍ରୀଜିଉଙ୍କ ନୀତିକାନ୍ତି ଜାରି ରହିବ ବୋଲି କୁହାଯାଇଛି ।

Get real time updates directly on you device, subscribe now.