fbpx

OSSC ପକ୍ଷରୁ ସୂଚନା: ଜୁନ ୧୨ରେ ହେବ ଭିଟାଲ ଷ୍ଟାଟିଷ୍ଟିକ୍ସ ଆସିଷ୍ଟାଣ୍ଟ ପଦର କମ୍ପ୍ୟୁଟର ଦକ୍ଷତା ଟେଷ୍ଟ

Advertisement

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗତବର୍ଷ ନଭେମ୍ବର ମାସ ୧୮ ତାରିଖରେ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ପକ୍ଷରୁ ୨୩୪ଟି ଭିଟାଲ ଷ୍ଟାଟିଷ୍ଟିକ୍ସ ଆସିଷ୍ଟାଣ୍ଟ (ଭିଏସଏ) ପଦ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ସେଥିପାଇଁ ପ୍ରାର୍ଥୀମାନେ ନଭେମ୍ବର ମାସ ୨୪ରୁ ଡିସେମ୍ବର ୨୧ ପର୍ଯ୍ୟନ୍ତ ଅନଲାଇନ୍ରେ ଆବେଦନ କରିଥିଲେ । ଡାଇରେକ୍ଟୋରେଟ୍ ଅଫ୍ ହେଲଥ ଇଣ୍ଟେଲିଜେନ୍ସ ଆଣ୍ଡ ଭିଟାଲ ଷ୍ଟାଟିଷ୍ଟିକ୍ସ, ଓଡ଼ିଶା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅଧିନରେ ଗ୍ରୁପ-ସି’ରେ ପ୍ରାର୍ଥୀଙ୍କୁ ଏହି ପଦରେ ନିଯୁକ୍ତି ଦିଆଯିବ ।

ତେବେ ଗତ ୧୧ ଓ ୧୨ ତାରିଖରେ ଏହି ପଦର ପ୍ରିଲିମିନାରୀ ପରୀକ୍ଷା ଆୟୋଜିତ ହୋଇଥିବା ବେଳେ ମେ ୫ରେ ମୁଖ୍ୟ ଲିଖିତ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ତେବେ ଏହା ମଧ୍ୟରେ ଏହି ପଦ ପାଇଁ କମ୍ପ୍ୟୁଟର ଦକ୍ଷତା ଟେଷ୍ଟ (ସିଏସଟି) ତାରିଖ ଘୋଷଣା କରାଯାଇଛି । ଜୁନ୍ ମାସ ୧୨ ତାରିଖରେ ଏହି ଟେଷ୍ଟ କରାଯିବ । ସେନେଇ ଓଏସଏସସି ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଛି । ମୁଖ୍ୟ ଲିଖିତ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପ୍ରାର୍ଥୀମାନେ କମ୍ପ୍ୟୁଟର ଦକ୍ଷତା ଟେଷ୍ଟ ଦେବା ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି । ସିଏସଟି ସମ୍ବନ୍ଧୀୟ ସବିଶେଷ ସୂଚନା, ଭେନ୍ୟୁ ବାବଦରେ ପରେ ଘୋଷଣା କରାଯିବ । ତେଣୁ ନିୟମିତ ଭାବେ ଅଫିସିଆଲ ୱେବସାଇଟ ପରିଦର୍ଶନ କରିବାକୁ ପ୍ରାର୍ଥୀଙ୍କୁ ପରାମର୍ଶ ଦିଆଯାଇଛି ।

Get real time updates directly on you device, subscribe now.