fbpx

ଭାରତ ପାଇଁ ଐତିହାସିକ ମୁହୂର୍ତ୍ତ; ନୂଆ ସଂସଦ ଭବନରେ ଉଡ଼ିଲା ତ୍ରିରଙ୍ଗା, ପତାକା ଉତ୍ତୋଳନ କଲେ ଉପରାଷ୍ଟ୍ରପତି

Advertisement

ନୂଆଦିଲ୍ଲୀ: ବହୁ ପ୍ରତିକ୍ଷିତ ତଥା ନୂଆ ସଂସଦ ଭବନରେ ଉଡ଼ିଲା ତ୍ରିରଙ୍ଗା । ଉପରାଷ୍ଟ୍ରପତି ତଥା ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ଼ ଆଜି ନୂଆ ସଂସଦ ଭବନରେ ତ୍ରିରଙ୍ଗା ପତାକା ଉତ୍ତୋଳନ କରିଛନ୍ତି । ଏହି ଅବସରରେ ଲୋକସଭା ବାଚସ୍ପତି ଓମ୍‌ ବିର୍ଲା, ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂହ, ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ, ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଓ ଭି ମୁରଲୀଧରନ ଏବଂ ଲୋକସଭା ଓ ରାଜ୍ୟସଭାରେ ଥିବା ବିଭିନ୍ନ ରାଜନୈତିକ ଦଳର ନେତାମାନେ ଯୋଗ ଦେଇଥିଲେ। ସଂସଦର ଗଜଦ୍ୱାର ଉପରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିବା ଦେଖିବାକୁ ମିଳିଛି । ଏହାକୁ ନେଇ ଆଜି ଭାରତ ପାଇଁ ଏକ ଐତିହାସିକ ମୁହୂର୍ତ୍ତ ବୋଲି କୁହାଯାଇଛି । ଆସନ୍ତା ସେପ୍ଟେମ୍ବର ୧୯ ତାରିଖରୁ ନୂଆ ସଂସଦ ଭବନରେ ଅଧିବେଶନ ଶୁଭାରମ୍ଭ ହେବ ବୋଲି ସୂଚନା ରହିଛି ।

Get real time updates directly on you device, subscribe now.