fbpx

୫ ଜିଲ୍ଲାକୁ ୩ ଘଣ୍ଟା ପାଇଁ ସତର୍କତା, ଆଗାମୀ ୩ ଦିନ ବର୍ଷା, ଆଞ୍ଚଳିକ ପାଣିପାଗ ବିଭାଗ ଜାରି କଲା ଆଲର୍ଟ

Advertisement

ଭୁବନେଶ୍ୱର: ରାଜ୍ୟର ୫ଟି ଜିଲ୍ଲାକୁ ୩ ଘଣ୍ଟା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ନୂଆପଡ଼ା, ସୋନପୁର, ବଲାଙ୍ଗୀର, ମୟୂରଭଞ୍ଜ, ଭଦ୍ରକ ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କତା ଜାରି କରାଯାଇଛି । ସତର୍କତା ମୂଳକ ସୂଚନା ଜାରିକଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ରାଜ୍ୟରେ ଆଗାମୀ ତିନି ଦିନ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ପ୍ରଭାବରେ ୨୪ ଘଣ୍ଟା ଭିତରେ ପ୍ରବଳ ବର୍ଷା ଆଶଙ୍କା ରହିଛି । କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଅନୁମାନ କରାଯାଇଛି । ତିନି ଦିନ ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି ।

Get real time updates directly on you device, subscribe now.