fbpx

ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା: ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନୂଆପଡ଼ା, ନବରଙ୍ଗପୁର,କଳାହାଣ୍ଡି, ଗଜପତି, ଗଞ୍ଜାମ, ପୁରୀ, କନ୍ଧମାଳ, ରାୟଗଡ଼ା ଓ ନୟାଗଡ଼ ଆଦି ଜିଲ୍ଲାରେ ଘଡଘଡି ସହ ବର୍ଷା ହୋଇପାରେ । ଏଥିସହିତ ଓଡ଼ିଶାର କିଛି ସ୍ଥାନରେ ହାଲକା ବର୍ଷା ହେବାର ସମ୍ଭାବନା ବି ରହିଛି । ଏଥିପାଇଁ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ସେପ୍ଟେମ୍ବର୪ ତାରିଖ ମଧ୍ୟରେ ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିସହିତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ଓ ବାଲେଶ୍ୱର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି ।ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Get real time updates directly on you device, subscribe now.