fbpx
BSKY
BJD SHG SKY
BJD YOUTH SKY

ରାଜ୍ୟର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି; ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ୍‍ କମିଶନରଙ୍କ ଅଧ୍ୟକ୍ଷତାରେ ଆଜି ବସିବ ବୈଠକ

ଭୁବନେଶ୍ୱର: ରାଜ୍ୟରେ କ୍ରମାଗତ ୩ ଦିନ ହେବ ଗ୍ରୀଷ୍ମ ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି । ଗତକାଲି ୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ରହିଥିବାବେଳେ ଆସନ୍ତା ଦୁଇଦିନ ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବା ନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏଭଳି ସ୍ଥିତି ଯୋଗୁଁ ରାଜ୍ୟର ଆଭ୍ୟନ୍ତରୀଣ ଜିଲ୍ଲାର ଏକାଧିକ ସ୍ଥାନରେ ତାପମାତ୍ରା ୩୮ ରୁ ୪୦ ଡିଗ୍ରୀ ଓ ଉପକୂଳ ଓଡ଼ିଶାରେ ତାପମାତ୍ରା ୩୬ ରୁ ୩୮ ଡିଗ୍ରୀ ରହିବା ନେଇ ବିଭାଗ ପକ୍ଷରୁ କୁହାଯାଇଛି । ଏହାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ୍‍ କମିଶନରଙ୍କ ଅଧ୍ୟକ୍ଷତାରେ ଆଜି ଅପରାହ୍ଣରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ ବୋଲି ସୂଚନା ମିଳିଛି ।

ତେବେ ଦିନର ତାପମାତ୍ରା ବଢ଼ିଚାଲିଥିବା ବେଳେ ଏବେ ରାତିର ବି ତାପମାତ୍ରା ବଢ଼ିବ । ଆଭ୍ୟନ୍ତରୀଣ ଓଡ଼ିଶାରେ ରାତିରେ ବି ଅଧିକ ଗରମ ହେଉଛି । ସ୍ୱାଭାବିକ ଠାରୁ ରାତି ତାପମାତ୍ରା ୫ ଡିଗ୍ରୀରୁ ଅଧିକ ରହୁଛି । ଆହୁରି ୫ ଦିନ ପର୍ଯ୍ୟନ୍ତ ଏଭଳି ଗରମ ବୃଦ୍ଧି ପାଇବ ବୋଲି ଆଂଚଳିକ ପାଣିପାଗ ବିଭାଗ କହିଛି । ଉତର ଓଡ଼ିଶାର କିଛି ସ୍ଥାନରେ ଆଜି କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ଓଡ଼ିଶାରେ ୬୫ ପ୍ରତିଶତରୁ ଅଧିକ ଜଳୀୟବାଷ୍ପ ବାୟୁମଣ୍ଡଳରେ ରହୁଛି, ଯାହାଫଳରେ ଗୁଳୁଗୁଳି ବହୁତ ଅଧିକ ହେଉଛି । ଉପକୂଳରେ ଝାଂଜିପବନ ଓ ଗୁଳୁଗୁଳି ଅଧିକ ରହିବ । ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନର ତାପମାତ୍ରା ଅଧିକ ରହୁଛି ।

Get real time updates directly on you device, subscribe now.