fbpx

ଆସନ୍ତା ୫ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାକୁ ପ୍ରବେଶ ପାଇଁ ପାଗ ଅନୁକୂଳ

ଭୁବନେଶ୍ୱର : ଓଡ଼ିଶାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ପ୍ରବେଶ କରିବା ପାଇଁ ପାଗ ଅନୁକୂଳ ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ରାଜ୍ୟର କେତେକ ଅଞ୍ଚଳରେ ଗତକାଲି କାଳବୈଶାଖୀ ବର୍ଷା ହୋଇଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, ଖୋର୍ଦ୍ଧା, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି ।

ଆସନ୍ତା ୬ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ଯୋଗୁଁ ତାପମାତ୍ରା ସାମାନ୍ୟ ହ୍ରାସ ପାଇବା ନେଇ ଅନୁମାନ କରାଯାଇଛି ।

ଅନ୍ୟପକ୍ଷରେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଗତକାଲି ଟିଟିଲାଗଡ଼ରେ ସର୍ବାଧିକ ଦିନ ତାପମାତ୍ରା ୪୨ ଦଶମିକ ୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା ।

Get real time updates directly on you device, subscribe now.