BREAKING: ଖରାରୁ ମିଳିବ ଆଶ୍ୱସ୍ତି, ଆହୁରି ୭ ଦିନ କାଳବୈଶାଖୀ

ଆଗାମୀ ୨୪ ଘଣ୍ଟା ଯାଏଁ ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା।

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ୭ ଦିନ ଗ୍ରୀଷ୍ମ ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି। ହାଲୁକାରୁ ମଧ୍ୟମ ଧରଣ ବର୍ଷା ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ଯାଏଁ ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୯ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ଗଞ୍ଜାମ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର ପ୍ରବଳ ବର୍ଷିପାରେ।

୨୦ ତାରିଖ ଯାଏଁ ଦିନରେ ଖରା ଏବଂ ଅପରାହ୍ନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ପାଣିପାଗ ବିଭାଗ ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି।