fbpx

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ: ଆଜିଠୁ ୧୪ ଯାଏଁ ପ୍ରବଳ ବର୍ଷା ଆଶଙ୍କ, ଜିଲ୍ଲାପାଳ, ମ୍ୟୁନିସିପାଲ୍‌ କମିଶନରଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆର୍‌ସି

ଭୁବନେଶ୍ୱର,(ଓଡ଼ିଶା ଭାସ୍କର): ବାତ୍ୟା “ୟଶ୍’ର କ୍ଷୟକ୍ଷତି ସମ୍ପୂର୍ଣ୍ଣଭାବେ ମନରୁ ଲିଭି ନଥିବା ବେଳେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପର ସମ୍ଭାବନା ଦେଖାଦେଇଛି । ଏଥିସହ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗାମୀ ଓଡ଼ିଶାରେ ପ୍ରବେଶ କରିବ । ଏହାର ପ୍ରଭାବରେ ଚଳିତ ମାସ ୧୦ ତାରିଖ ଅର୍ଥାତ ଗୁରୁବାରଠାରୁ ଚଳିତ ମାସ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଆଖି ଆଗରେ ରଖି ରାଜ୍ୟ ସ୍ୱତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା ବୁଧବାର ରାଜ୍ୟର ସମସ୍ତ ଜିଲ୍ଲାପାଳ ଓ ମ୍ୟୁନିସିପାଲ୍‌ କମିଶନରଙ୍କୁ ଚିଠି ଲେଖି ସତର୍କ ଓ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଦେଇଛନ୍ତି ।

ଏସ୍‌ଆର୍‌ସି ଏହି ଚିଠିରେ ଦର୍ଶାଇଛନ୍ତି ଯେ ଚଳିତ ମାସ ୧୦ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବନୁମାନ କରିଛି । ସାରା ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ବର୍ଷା ଯୋଗୁ କେତେକ ଜାଗାରେ ଭୂସ୍ଖଳନ ହେବାର ସମ୍ଭାବନା
ରହିଛି । ତେଣୁ ସେହି ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତରଣ କରିବାକୁ ପ୍ରସ୍ତୁତ ରହିବାକୁ ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି । ଲୋକଙ୍କୁ ସ୍ଥାନାନ୍ତରଣ ପାଇଁ ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବାକୁଏସ୍‌ଆର୍‌ସି ଏହି ଚିଠିରେ ଦର୍ଶାଇଛନ୍ତି । ପାଣି ଜମିବା ସହ ବିଭିନ୍ନ ନଦୀରେ ବନ୍ୟା ସମ୍ଭାବନା ରହିଛି । ତେଣୁ ବିପଜ୍ଜନକ ନଦୀବନ୍ଧ ପ୍ରତି ନଜର ରଖିବାକୁ ବିଭାଗୀୟ ଯନ୍ତ୍ରୀଙ୍କୁ ଏସ୍‌ଆର୍‌ସି ତାଗିଦ୍‌ କରିଛନ୍ତି । ଡଙ୍ଗା ଓ ଯନ୍ତ୍ରାଂଶ ସହ ଅଗ୍ନିଶମ ବାହିନୀକୁ ପ୍ରସ୍ତୁତ ରଖିବାକୁ ସେ ଚିଠିରେ ଦର୍ଶାଇଛନ୍ତି ।

ସହରାଞ୍ଚଳ ଓ ତଳି ଅଞ୍ଚଳରେ ବର୍ଷା ପାଣି ଜମିବା ସମ୍ଭାବନା ରହିଛି । ତେଣୁ ଏହାର ମୁକାବିଲା କରିବା ପାଇଁ ସତର୍କ ଓ ପ୍ରସ୍ତୁତ ରହିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍‌ଆର୍‌ସି।  ବନ୍ୟା ମୁକାବିଲା ପ୍ରସଙ୍ଗ ବୁଝୁଥିବା ସମସ୍ତ କାର୍ଯ୍ୟାଳୟ ୨୪ ଘଣ୍ଟିଆ କଣ୍ଟ୍ରୋଲ୍‌ ରୁମ୍‌ କରିବେ ବୋଲି ଏସ୍‌ଆର୍‌ସି ନିର୍ଦ୍ଦେଶ ଦେବା ସହ ଏହି ସମୟ ଭିତରେ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦେଇଛନ୍ତି ।

ତେବେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ନବରଙ୍ଗପୁର ଓ ଦେବଗଡ଼ ଆଦି ରହିଛି । ଏହି
ଜିଲ୍ଲାଗୁଡ଼ିକୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର
ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଏହି ସମୟରେ୩୦ରୁ ୪୦କି.ମି. ବେଗରେ ପବନ ବି ବହିାରେ । ତେଣୁ ଉକ୍ତ ଜିଲ୍ଲାଗୁଡ଼ିକୁ ବି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ଯୋଗୁଁ ପନିରିବା ଚାଷ ମଧ୍ୟ ନଷ୍ଟ ହେବାର ସମ୍ଭାବନା ରହିଛି । ତେଣୁ ସତର୍କତା ଅବଲମ୍ବନ କରିବା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରାଜ୍ୟବାସୀଙ୍କୁ ସତର୍କ କରାଇ ଦିଆଯାଇଛି ।

ଅପରପକ୍ଷେ ୧୦ରୁ ୧୨ ତାରିଖ ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଝଡ଼ବର୍ଷା ସହ ଘଣ୍ଟା ପ୍ରତି ୪୦ରୁ ୫୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି । ଚଳିତ ମାସ ୧୧ ତାରିଖରେ କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁରରେ ପ୍ରବଳ ବର୍ଷା ହେବା ନେଇ ଅନୁମାନ କରାଯାଇଛି । ଏହାପର ଦିନ ଅର୍ଥାତ ୧୨ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଅନୁଗୁଳ, ଢେଙ୍କାନାଳରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ତେବେ ପ୍ରବଳ ବର୍ଷା ପାଇଁ ଚଳିତ ବର୍ଷ ସାବିତ୍ରୀ ଓ ରଜ ଫିକା
ପଡ଼ିାରେ ବୋଲି ଚର୍ଚ୍ଚା ହେଉଛି ।

Get real time updates directly on you device, subscribe now.