fbpx
BJD SKY
BJD SKY

ସାରା ଓଡ଼ିଶାକୁ ଛୁଇଁଲା ମୌସୁମୀ ବାୟୁ, ପ୍ରବଳ ବର୍ଷା ସମ୍ଭାବନା ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

BJD

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ସାରା ଓଡିଶାକୁ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ କ୍ରମେ ପଶ୍ଚିମ -ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମୌସୁମୀ ବାୟୁ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡକୁ ଛୁଇଁବ ବୋଲି ରବିବାର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।ଅପରପକ୍ଷରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଓଡିଶାର ବିଭିନ୍ନ ଜିଲ୍ଲାରେ  ବର୍ଷା ଜାରି ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼,
ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଢ଼େଙ୍କାନାଳ, ଯାଜପୁର, କଟକ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଓ ଖୋର୍ଦ୍ଧା ଆଦି ଜିଲ୍ଲାକୁ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହି ଜିଲ୍ଲା ଗୁଡ଼ିକୁ ଭୁବନେଶ୍ୱର
ପାଣିାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୧୪ ତାରିଖ ସକାଳଠାରୁ ୧୫ ତାରିଖ ସକାଳ ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ସମ୍ବଲପୁର, ଦେବଗଡ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, ବରଗଡ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅପରପକ୍ଷରେ ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମିବା ଓ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ହେବାର ସମ୍ଭାବନା ରହିଥିବାରୁ ଜିଲ୍ଲା ପ୍ରଶାସନକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି
ସ୍ୱତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା ।

ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓ ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ବିକ୍ଷିପ୍ତ ବର୍ଷା ହୋଇଛି । ମହାନଦୀର ଉପର ମୁଣ୍ଡରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାରୁ ନଦୀରେ ପାଣି ଆସିବ । କିନ୍ତୁ ବନ୍ୟା ପରିସ୍ଥିତି ସୃଷ୍ଟି ହେବ ନାହିଁ ବୋଲି ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋର୍ତିମୟ ରଥ ସୂଚନା ଦେଇଛନ୍ତି ।।

Get real time updates directly on you device, subscribe now.