fbpx

ଅପରାହ୍ନ ପରେ ଆଂଶିକ ମେଘୁଆ ରହିବ ପାଗ, କାଳବୈଶାଖୀ ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ଘଡଘଡି ବିଜୁଳି ସହ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଓ ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ବର୍ଷା କାଳବୈଶାଖୀର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି । ଏହାକୁ ଦୃଷ୍ଟିରେ ରଖି ଏହି ୭ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସେହିପରି ୧୭ ତାରିଖ ମଧ୍ୟରେ ରାଜ୍ୟର ମାଲକାନଗିରି , କୋରାପୁଟ, ରାୟଗଡା, ନବରଙ୍ଗପୁର, କନ୍ଧମାଳ, ଗଜପତି ଓ ଗଞ୍ଜାମ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଏବଂ ଏହାର ଆଖପାଖ ଅଂଚଳରେ ଆକାଶ ମେଘୁଆ ରହିବା ସହ ଅପରାହ୍ନ/ ସନ୍ଧ୍ୟା ଆଡ଼କୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତର ସମ୍ଭାବନା ସହିତ ଆକାଶ ଆଂଶିକ ମେଘୁଆ ରହିବ । କିଛି ଆଭ୍ୟନ୍ତରୀଣ ଜିଲ୍ଲାକୁ ଛାଡିଲେ ଅନ୍ୟ କୌଣସି ସ୍ଥାନରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ।

Get real time updates directly on you device, subscribe now.