fbpx
BJD SKY
BJD SKY

୩ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୪ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି

BJD

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ଆସନ୍ତା ୩ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କନ୍ଧମାଳ, ଗଞ୍ଜାମ , ଗଜପତି ଓ ବୌଦ୍ଧରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିାଗ କେନ୍ଦ୍ର।

ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁବର୍ଣ୍ଣୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବରଗଡ଼,ସମ୍ବଲପୁର ଓ ଅନୁଗୁଳର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି ।ଏହି ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏତଦ ବ୍ୟତୀତ ଜୁନ ୩ରୁ ୪ ତାରିଖ ମଧ୍ୟରେ ନବରଙ୍ଗପୁର, କୋରାପୁଟ ଓ କନ୍ଧମାଳରେ ବି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, କୋରାପୁଟ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁରରେ କାଳବୈଶାଖୀ ଆଶଙ୍କା ରହିଛି ।

Get real time updates directly on you device, subscribe now.