fbpx

ରାଜ୍ୟରେ ମୌସୁମୀ ବାୟୁ ପ୍ରଭାବ ସ୍ଥିର, ନିରାଶ ଚାଷୀ: ୩୦ ଯାଏଁ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ପହିଲାରୁ ବଢ଼ିବପାରେ ବର୍ଷା

ଭୁବନେଶ୍ୱର, (ଭାସ୍କର ନ୍ୟୁଜ୍‌) : ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଉପକୂଳ ଛୁଇଁଥିଲେ ମଧ୍ୟ ଏହା ଏବେ ସକ୍ରିୟ ନ ହୋଇ ସ୍ଥିର ରହିଛି । ଫଳରେ ଯେଉଁ ଧରଣର ବର୍ଷା ହେବା କଥା ତାହା ହେଉନଥିବାରୁ ଚାଷୀମାନଙ୍କ ମନରେ ନୈରାଶ୍ୟ ଭାବ ଖେଳିଯାଇଛି । ଗୋଟିଏ ପଟେ ମୌସୁମୀ ବାୟୁ ସ୍ଥିର ରହିଥିବା ବେଳେ ଅନ୍ୟପଟେ ଦକ୍ଷିଣ ଛତିଶଗଡ଼ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପାଗ ମେଘୁଆ ରହିବା ସହିତ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେଉଛି । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ରଟିଏ ପଟେ  ପକ୍ଷରୁ ସୂଚନା ଦିଆଯାଇଛି । ବିଶେଷ କରି ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ଆକଳନ କରାଯାଇଛି ।୩୦ ତାରିଖ ପରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି । ସେହି ସମୟରେ ବଙ୍ଗୋପସାଗରରେ ଏକ ଟ୍ରାପ୍‌ ଲାଇନ୍‌ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏଥିସହିତ ଘୂର୍ଣ୍ଣିବଳୟ ଓ ସକ୍ରୀୟ ମୌସୁମୀ ବର୍ଷା ପରିମାଣ ବୃଦ୍ଧି କରିବ ବୋଲି ଆଶା କରାଯାଉଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ହେବା ନେଇ ୧୨ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଯେଉଁ ଜିଲ୍ଲା ଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି ସେଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର ଓ ଭଦ୍ରକ । ଗତ ୨ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି । ତେବେ ଏହା ଚାଷ କାର୍ଯ୍ୟ ପାଇଁ ଯଥେଷ୍ଟ ନୁହେଁ । ଜୁନ୍‌ ମାସରେ ନିଅଣ୍ଟିଆ ବର୍ଷା ହୋଇଥିବାରୁ ଚାଷୀକୂଳ ହତାଶ ହୋଇପଡ଼ିଛନ୍ତି । ମୌସୁମୀ ବାୟୁ ସ୍ଥିର ରହିଥିବାବେଳେ ଅନ୍ୟପଟେ ଦକ୍ଷିଣ ଛତିଶଗଡ଼ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପାଗ ମେଘୁଆ ରହିବା ସହିତ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେଉଛି । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।

Get real time updates directly on you device, subscribe now.