କାଳବୌଶାଖୀ ନେଇ ସର୍ତକ ସୂଚନା ଜାରି, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କାଳବୌଶାଖୀ ନେଇ ସର୍ତକ ସୂଚନା ଜାରି କଲା ପାଣିପାଗ। ଶନିବାର ଦିନ ଝଡବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ନବରଙ୍ଗପୁର, ନୂଆପଡା, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ରାୟଗଡ, କଳାହାଣ୍ଡି, କନ୍ଧମାଳ ଓ ବାଲେଶ୍ୱର । ଏହି ଜିଲ୍ଲାଗୁଡିକରେ ଝଡବର୍ଷା ସହ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ପାଣିପାଗ ବିଭାଗ ।

ତେବେ ଜୁନ୍ ୧୧ରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଓଡିଶାକୁ ମୌସୁମୀ ପ୍ରବେଶ କରିବାରେ ସହାୟକ ହୋଇପାରେ ଲଘୁଚାପ । ଜୁନ ୧୦ରୁ ୧୪ ମଧ୍ୟରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।