3 ଦିନ ଯାଏଁ କାଳବୈଶାଖୀ ବର୍ଷା, 13 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ବଢ଼ିବ କାଳବୈଶାଖୀ ପ୍ରଭାବ । 3 ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ।

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳିରେ ଲାଗିବ ବ୍ରେକ୍। 3 ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି । ଏନେଇ 13 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

ଆଜି ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି ।