fbpx

ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ: ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ଆସନ୍ତାକାଲି ପର୍ଯ୍ୟନ୍ତ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତ ରୂପ ନେଇଛି। ଆଗକୁ ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରି ଆଜି ସନ୍ଧ୍ୟା ସୁଦ୍ଧା ଖେପୁପାରା ଠାରେ ବାଂଲାଦେଶ ଉପକୂଳ ଅତିକ୍ରମ କରିବା ସହ ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ମଧ୍ୟ ଦେଇ ଗତିକରିବା ସମ୍ଭାବନା। ଏହାର ପ୍ରଭାବରେ ମଙ୍ଗଳବାର ପ୍ରବଳରୁ ଅତିପ୍ରବଳ ବର୍ଷ ହେବା ନେଇ ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶାର 4 ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।

ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ମୟୁରଭଞ୍ଜ, କେଉଁଝର, ଅନୁଗୁଳ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ କିଛି କିଛି ସ୍ଥାନରେ 7 ରୁ 20 ସେମି ପର୍ଯ୍ୟନ୍ତ ବର୍ଷା ହେବା ନେଇ ହେବାନେଇ ସତର୍କ କରାଯାଇଛି।

ତେବେ ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଲଘୁଚାପ ପ୍ରଭାବରେ ମହାନଦୀ ଉପରମୁଣ୍ଡ ଛତିଶଗଡ଼ରେ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଏଥିଯୋଗୁଁ ମହାନଦୀ, ବୈତରଣୀ, ସୁବର୍ଣ୍ଣରେଖା ଓ ବୁଢ଼ାବଳଙ୍ଗ ନଦୀର ଜଳସ୍ତର ବିପଦ ସଂକେତ ଆଡ଼କୁ ଯାଉଥିବା ନେଇ ସୂଚନା ଦିଆଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୌସୁମୀ ସକ୍ରିୟ ରହିଥିବାରୁ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ସର୍ବାଧିକ ୧୮୬ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି।

ଷୋମବାର ପରି ମଙ୍ଗଳବାର ମଧ୍ୟ ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ କୁହାଯାଇଛି। ଅପରାହ୍ନ ୨ଟା ପର୍ଯ୍ୟନ୍ତ ବର୍ଷା ଲାଗି ରହିପାରେ ଏବଂ ପାଣି ଜମିବା ଓ ଟ୍ରାଫିକ ସମସ୍ୟା ସୃଷ୍ଟି ନେଇ ଆଶଙ୍କା ରହିଛି।

Get real time updates directly on you device, subscribe now.