fbpx

କାଞ୍ଚନଜଙ୍ଗା ରେଳ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୫ କୁ ବୃଦ୍ଧି: ୬୦ ଜଣ ଆହତ, ପ୍ରିୟଜନଙ୍କ ସନ୍ଧାନ ଜାରି, ପଶ୍ଚିମବଙ୍ଗ ଯାଉଛନ୍ତି ରେଳମନ୍ତ୍ରୀ

Advertisement

ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ନ୍ୟୁ ଜଲପାଇଗୁଡ଼ି ନିକଟରେ ହୋଇଛି ଟ୍ରେନ୍ ଦୁର୍ଘଟଣା । କାଞ୍ଚନଜଙ୍ଗା ଏକ୍ସପ୍ରେସ ଟ୍ରେନକୁ ଏକ ମାଲବାହୀ ଟ୍ରେନ ଧକ୍କା ଦେଇଛି । ସୂଚନା ଅନୁଯାୟୀ ଏପର୍ଯ୍ୟନ୍ତ ଏହି ଦୁର୍ଘଟଣାରେ ୧୫ ଜଣଙ୍କର ମୃତ୍ୟୁ ହୋଇଛି ।

ଆହତଙ୍କ ସଂଖ୍ୟା ପ୍ରାୟ ୬୦ ବୋଲି କୁହାଯାଉଛି । ଏହି ଦୁର୍ଘଟଣା ଜଲପାଇଗୁଡି ନିକଟରେ ଘଟିଛି । ସୂଚନାନୁସାରେ, ଦୁର୍ଘଟଣାର ଶିକାର ହୋଇଥିବା କାଞ୍ଚନଜଙ୍ଗା ଏକ୍ସପ୍ରେସ ସିଲଦା ଯାଉଥିଲା ।

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରି ଏକ୍ସ ରେ ପୋଷ୍ଟ କରିଛନ୍ତି । ଏହି ଘଟଣା ସମ୍ପର୍କରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଏକ୍ସରେ ପୋଷ୍ଟ କରିଛନ୍ତି । ସେ ତାଙ୍କ ପୋଷ୍ଟରେ ଲେଖିଛନ୍ତି, ‘NFR ଜୋନରେ ଏକ ଦୁର୍ଭାଗ୍ୟଜନକ ଦୁର୍ଘଟଣା ଘଟିଛି। ଉଦ୍ଧାର କାର୍ଯ୍ୟ ଜାରି ରହିଛି । ରେଳବାଇ, NDRF ଏବଂ SDRF ଟିମ୍ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି । ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଛି ତଦନ୍ତ ଆରମ୍ଭ କରିଛନ୍ତି ।’ ଏହା ସହ ଟ୍ରେନ୍ ଦୁର୍ଘଟଣାସ୍ଥଳକୁ ଯାଉଛନ୍ତି ରେଳମନ୍ତ୍ରୀ ।

Get real time updates directly on you device, subscribe now.