fbpx
BSKY SKY
BSKY SKY

୩୧ରେ ସର୍ବାଧିକ ପ୍ରଭାବ ପକାଇବ ପଶ୍ଚିମା ଝଡ: ଭାରି ବର୍ଷା ସାଙ୍ଗକୁ ବିଜୁଳି ଘଡଘଡି

BSKY

ଭୁବନେଶ୍ୱର: ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ଜାରି ରହିଛି । ତେବେ ଆସନ୍ତା ୩୧ମାର୍ଚ୍ଚରେ ପଶ୍ଚିମାଝଡ଼ର ସର୍ବାଧିକ ପ୍ରଭାବ ଦେଖିବାକୁ ମିଳିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ୩୧ ତାରିଖରେ କିଛି ଜିଲ୍ଲାରେ କୁଆପଥର ବର୍ଷା, ତଥା ଭାରି ବର୍ଷା (୭ ରୁ୧୧ ସେ.ମି) ସହ ସମସ୍ତ ଜିଲ୍ଲାରେ ବିଜୁଳି ଘଡଘଡିର ସମ୍ଭାବନା ରହିଛି । ଏହାସହ ଝଡ ପବନର ଘଂଟା ପ୍ରତି ବେଗ ୪୦ ରୁ ୫୦ କିମି ରହିପାରେ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।

ପାଣିପାଗ ବିଭାଗ ଜାରି କରିଥିବା ସତର୍କ ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଂଟା ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୩୦ ତାରିଖରେ ନୂଆପଡା, ବରଗଡ, ଝାରସୁଗୁଡା, ବଲାଙ୍ଗିର, ସୋନପୁର, ସମ୍ବଲପୁର, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ୩୦ରୁ ୪୦ କିମି ବେଗରେ ପବନ ମଧ୍ୟ ବହିପାରେ । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Get real time updates directly on you device, subscribe now.