fbpx

କରୋନା ସମୀକ୍ଷା ପରେ ଜିଲ୍ଲାପାଳଙ୍କୁ କ’ଣ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ?

ଭୁବନେଶ୍ୱର,୨୦ ।୪(ଓଡିଶା ଭାସ୍କର): ): ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢିବାରେ ଲାଗିଛି । କରୋନା ମୁକାବିଲା ପାଇଁ ଗତକାଲି ରାଜ୍ୟରେ ସପ୍ତାହାନ୍ତ ସଟଡାଉନ୍ ଘୋଷଣା କରିଛନ୍ତି ଏସଆରସି ପ୍ରଦୀପ ଜେନା । ଏହାରି ମଧ୍ୟରେ ଆଜି କରୋନା ସ୍ଥିତି ସମୀକ୍ଷା କରିଛନ୍ତିି ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ । ସମୀକ୍ଷା ପରେ ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି । ଅନ୍ୟ ରାଜ୍ୟଗୁଡିକରେ ଲକଡାଉନ ଲାଗୁ ହେବାରୁ ପ୍ରବାସୀମାନେ ରାଜ୍ୟକୁ ଫେରିବାର ସମ୍ଭାବନା ରହିଛି । ଏଥିପାଇଁ କୋଭିଡ ସମୀକ୍ଷା ବୈଠକ ପରେ ସମସ୍ତ ଜିଲ୍ଲାପାଳଙ୍କୁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଭିନ୍ନ ରାଜ୍ୟରେ ଲକଡାଉନ୍ ଲାଗୁ ହୋଇସାରିଛି, ଫଳରେ ପ୍ରବାସୀ ଶ୍ରମିକମାନେ ରାଜ୍ୟକୁ ଫେରିପାରନ୍ତି । ଏନେଇ ଡାଟାବେସ୍ ସହ ପୂର୍ବ ପ୍ରୋଟୋକଲ ଲାଗୁ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ସୁରକ୍ଷାକୁ ଦୃଷ୍ଟିରେ ରଖି ଫେରନ୍ତା ସମସ୍ତ ପ୍ରବାସୀଙ୍କ କ୍ୱାରେଣ୍ଟିନ ଓ ଟେଷ୍ଟିଂ ପାଇଁ ବି ନିର୍ଦ୍ଦେଶ ଦିଆଯାଇଛି । କୋଭିଡ ଶଯ୍ୟା ସଂଖ୍ୟା ବୃଦ୍ଧି ସହ ଅକ୍ସିଜେନ୍ ବ୍ୟବସ୍ଥା କରିବାକୁ ଜିଲ୍ଲାପାଳଙ୍କୁ କୁହାଯାଇଛି । ସବୁ ଆକ୍ରାନ୍ତଙ୍କୁ ଯେଭଳି ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ, ସେ ଦିଗରେ ଧ୍ୟାନ ଦେବାକୁ କୁହାଯାଇଛି । ଏହା ସହ ପର୍ଯ୍ୟାପ୍ତ ଔଷଧ ମହଜୁଦ ରଖିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

Get real time updates directly on you device, subscribe now.