fbpx

ବିଜୟ ପରେ କ’ଣ କହିଲେ ନବୀନ ?

ଭୁବନେଶ୍ୱର,୧୦/୧୧(ଓଡିଶା ଭାସ୍କର): ବାଲେଶ୍ବର ଓ ତିର୍ତ୍ତୋଲରେ ବାଜିମାତ କରିଛି ବିଜେଡି । ବାଲେଶ୍ବରରେ ବିଜେଡି ପ୍ରାର୍ଥୀ ସ୍ବରୂପ ଦାସ ୧୩ ହଜାର ୩୯୫ ଭୋଟରେ ବିଜୟୀ ହୋଇଥିବା ବେଳେ ତିର୍ତ୍ତୋଲରେ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୩୮ ହଜାରରୁ ଅଧିକ ଭୋଟରେ ବିଜୟୀ ହୋଇଛନ୍ତି ।

ତେବେ ବାଲେଶ୍ୱର ସଦର ଓ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ବିଜୟ ହାସଲ କରିଥିବା ବିଜେଡି ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେ କହିଛନ୍ତି ଯେ, ‘ଏହି ବିଜୟ ଆପଣମାନଙ୍କ ଭଲ ପାଇବା ଓ ଅକୁଣ୍ଠ ସମର୍ଥନର ପ୍ରତିଫଳନ। ଲୋକଙ୍କ ପାଖରେ ପହଞ୍ଚି ସେମାନଙ୍କ ହୃଦୟ ଜିଣିଥିବାରୁ ସବୁ କର୍ମୀଙ୍କୁ ସାଧୁବାଦ ।’

କୋରୋନା କାଳରେ ମତଦାନ କରି ବିଜେଡିକୁ ଆଶୀର୍ବାଦ କରିଥିବା ବାଲେଶ୍ୱର ସଦର ଓ ତିର୍ତ୍ତୋଲବାସୀ ବିଶେଷ କରି ମହିଳାଙ୍କୁ କୃତଜ୍ଞତା ଜଣାଇଛନ୍ତି ନବୀନ । ଏ ବିଜୟ ଆପଣମାନଙ୍କର ବିଜୟ, ଆପଣମାନଙ୍କ ଉନ୍ନତି ଓ କଲ୍ୟାଣ ପାଇଁ ବିଜୁ ଜନତା ଦଳ ସର୍ବଦା ସଂକଳ୍ପବଦ୍ଧ ବୋଲି ନବୀନ ପଟ୍ଟନାୟକ କହିଛନ୍ତି।

 

Get real time updates directly on you device, subscribe now.