fbpx

ମନ୍ଦିର ଖୋଲିବା ନେଇ କଣ କହିଲେ ବିଏମ୍‌ସି କମିଶନର ?

ଭୁବନେଶ୍ୱର,୬ ।୧୧(ଓଡିଶା ଭାସ୍କର): ରାଜଧାନୀରେ ଧର୍ମାନୁଷ୍ଠାନଗୁଡିକ ଖୋଲିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । ସେ କହିଛନ୍ତି ଯେ, ରାଜଧାନୀରେ ଏବେ ମନ୍ଦିର ଖୋଲିବା ଆଶା କ୍ଷୀଣ । ମନ୍ଦିର ଖୋଲିବ କି ନାହିଁ ସେ ନେଇ ବିଭିନ୍ନ ଦିଗକୁ ଆଲୋଚନା ଓ ବିଚାର ବିମର୍ଷ ଚାଲିଛି। ବିଶେଷଜ୍ଞ ଓ ଡାକ୍ତରୀଟିମ ଠାରୁ ପରାମର୍ଶ ନିଆଯାଉଛି। ଭୁବନେଶ୍ୱରରେ ଯେହେତୁ ସଂକ୍ରମଣ ହାର ବଢୁଛି, ତେଣୁ ଏବେ ରାଜଧାନୀରେ ମନ୍ଦିର ଖୋଲିବା ଆଶା କ୍ଷୀଣ। ସ୍ଥିତିର ସମୀକ୍ଷା ପରେ ଆଗାମୀ ପଦକ୍ଷେପ ନିଆଯିବ ବୋଲି ବିଏମସି କମିଶନର କହିଛନ୍ତି।

Get real time updates directly on you device, subscribe now.