fbpx

କାଳିଆ ସହାୟତା ବଣ୍ଟନ ଅବସରରେ କ’ଣ କହିଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ

ଭୁବନେଶ୍ୱର: ଆଜି ରାଜ୍ୟର ୪୧ ଲକ୍ଷ ଛୋଟ ଚାଷୀ ଓ ୮୫ ହଜାର ଭୂମିହୀନ ଚାଷୀଙ୍କୁ ୮୬୯ କୋଟି ଟଙ୍କାର କାଳିଆ ସହାୟତା ରାଶି ପ୍ରଦାନ କରାଯାଇଛି | ଚାଷୀମାନଙ୍କର ବ୍ୟାଙ୍କ ଆକାଉଣ୍ଟକୁ ୨୦୦୦ ଟଙ୍କା ଲେଖାଏଁ ଯାଇଥିବାବେଳେ ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ନୂଆଖାଇ ମାଟି ମା’ର ପର୍ବ। ଆମର ଚାଷୀ ଭାଇ ମାନଙ୍କ ପରିଶ୍ରମ ଯୋଗୁ ଆମେ ସମସ୍ତେ ମାଟି ମା’ର ଆଶୀର୍ବାଦ ପାଉ। ତେଣୁ ଚାଷୀ ଆମର ଗର୍ବ ଓ ଗୌରବ। ଏହି ପବିତ୍ର ଦିନରେ ମୋର ଚାଷୀ ଭାଇ ଓ ଭଉଣୀମାନଙ୍କୁ କାଳିଆ ସହାୟତା ପ୍ରଦାନ କରି ମୁଁ ବହୁତ ଖୁସି।

କାଳିଆ ଯୋଜନା ଦେଶର ସବୁଠାରୁ ଭଲ ଯୋଜନା। ଛୋଟ ଚାଷୀ ମାନଙ୍କ ପାଇଁ ଏହା ଆଶା ଓ ଭରସା ସୃଷ୍ଟି କରିପାରିଛି । ଭୂମିହୀନ ଚାଷୀ ମାନଙ୍କ ଜୀବିକାର ସୁରକ୍ଷା ପାଇଁ ମଧ୍ୟ ଏହା ବହୁତ ସାହାଯ୍ୟ କରୁଛି । ଗତ ମେ ମାସରେ ଅକ୍ଷୟ ତୃତୀୟା ଅବସରରେ ମଧ୍ୟ ଆମ ଚାଷୀ ଭାଇ ମାନଙ୍କୁ ୮୦୦ କୋଟି ଟଙ୍କାରୁ ଅଧିକ ସହାୟତା ଦିଆଯାଇଥିଲା । ମୁଁ ଆଶା କରୁଛି, ଏହି ସହାୟତା ଆପଣଙ୍କ ଚାଷ କାମକୁ ଆଗେଇ ନେବାରେ ବହୁତ ସାହାଯ୍ୟ କରିବ।

ନବୀନ କହିଛନ୍ତି ଯେ,’ଚଳିତ ବନ୍ୟା ଯୋଗୁ ଆପଣମାନେ ସମସ୍ତେ ଚିନ୍ତାରେ ଅଛନ୍ତି। ମୁଁ କହିବାକୁ ଚାହେଁ, ମୁଁ ସବୁ ସମୟରେ ଆପଣମାନଙ୍କ ସାଥିରେ ଅଛି। ଶୀଘ୍ର କ୍ଷୟକ୍ଷତିର ରିପୋର୍ଟ ଦେବାକୁ ମୁଁ ନିର୍ଦ୍ଦେଶ ଦେଇଛି । ଆପଣମାନଙ୍କୁ ଖୁବ ଶୀଘ୍ର ଫସଲ କ୍ଷତି ପାଇଁ ସହାୟତା ଯୋଗାଇ ଦିଆଯିବ। ଓଡିଶାର ଗୌରବକୁ ଆମର ଚାଷୀଭାଇମାନେ ଉଜ୍ଜଳ କରିଛନ୍ତି। ଖାଦ୍ୟ ସୁରକ୍ଷାରେ ରାଜ୍ୟ ପାଇଁ ସୁନାମ ଆଣିଛନ୍ତି। ତେଣୁ ରାଜ୍ୟର ସବୁ ଲୋକ ଚାଷୀଭାଇଙ୍କ ନିକଟରେ ଋଣୀ’।

Get real time updates directly on you device, subscribe now.