fbpx

କୋଭିଡ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ କହିଲେ?

ଭୁବନେଶ୍ୱର,୧୪ ।୭(ଓଡିଶା ଭାସ୍କର): ରାଜ୍ୟରେ କୋଭିଡ ମୁକାବିଲା ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରୋଗୀଙ୍କ ସୁବିଧା, କୋଭିଡ ଯୋଦ୍ଧାଙ୍କ ସୁରକ୍ଷା ଉପରେ ସେ ବିଶେଷ ଗୁରୁତ୍ୱ ଦେଇଛନ୍ତି । ଏହାସହିତ ରାଜ୍ୟର ୫ଟି ଫୋକସ୍‌ ଜିଲ୍ଲାରେ ତଦାରଖ ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହା ବ୍ୟତିତ ରାଜ୍ୟରେ କରୋନା ମାମଲା ବଢୁଥିବାରୁ କୋଭିଡ ହସ୍ପିଟାଲ, ଶର୍ଯ୍ୟା, ଆମ୍ବୁଲାନ୍ସ ଓ ଆଇସିୟୁ ବୃଦ୍ଧି କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହା ବ୍ୟତିତ ଦିନୁକ ଏଥର ୯ ହଜାରରୁ ଅଧିକ ଟେଷ୍ଟିଂ କରାଯିବ । ଅଧିକ ପରୀକ୍ଷାଗାର, ଟେକନିସିଆନ ଓ ଆମ୍ବୁଲାନ୍ସ ମୁତୟନ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେହିପରି ମୃତ୍ୟୁବରଣ କରୁଥିବା କୋଭିଡ ରୋଗୀଙ୍କ ମୃତଦେହକୁ ମର୍ଯ୍ୟାଦାପୂର୍ଣ୍ଣ ଭାବରେ ସତ୍କାର କରାଯିବା ଉପରେ ସ୍ବତନ୍ତ୍ର ଦୃଷ୍ଟି ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଅନ୍ୟପଟେ କୋଭିଡରୁ ସୁସ୍ଥ ହୋଇ ଘରକୁ ଫେରିଥିବା କନ୍ଧମାଳ ଜିଲ୍ଲା ରାଇକିଆ ଅଞ୍ଚଳର ଗୋପୀନାଥ ଡାକୁଆଙ୍କ ସହ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଟେଲିଫୋନ ଯୋଗେ କଥା ହୋଇ ତାଙ୍କର ଭଲମନ୍ଦ ପଚାରି ବୁଝିଛନ୍ତି । ପରିଣତ ବୟସରେ ସେ ଯେପରି ଦୃଢ ମନୋବଳ ଓ ଗଭୀର ଆତ୍ମବିଶ୍ବାସର ସହ କୋଭିଡର ମୁକାବିଲା କରି ସୁସ୍ଥ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ତାର ଉଚ୍ଚ ପ୍ରଶଂସା କରିଛନ୍ତି ।

Get real time updates directly on you device, subscribe now.