fbpx

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ତାଜା ଅପଡେଟ୍: ଜାଣନ୍ତୁ କ’ଣ କହିଲେ IMD ଡିଜି?

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହା ୨୪ ଘଣ୍ଟାରେ ଘନୀଭୂତ ହୋଇ ଲଘୁଚାପର ରୂପ ନେବ । ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଏହା ଗଭୀର ଅବପାତ ଓ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ଏହାରି ମଧ୍ୟରେ ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ତାଜା ଅପଡେଟ ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ, ‘ଆଣ୍ଡାମାନ ସାଗରରେ ଆଜି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୬ ତାରିଖ ସୁଦ୍ଧା ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହେବ । କାଳକ୍ରମେ ଏହା ଉତ୍ତର ପଶ୍ଚିମକୁ ଗତିକରି ଅବପାତରେ ପରିଣତ ହେବ । ଏପର୍ଯ୍ୟନ୍ତ ବାତ୍ୟା ନେଇ କୌଣସି ପ୍ରକାର ଆକଳନ କରାଯାଇନାହିଁ । ଲଘୁଚାପ କ୍ଷେତ୍ର ହେଲା ପରେ ଏନେଇ ସଠିକ୍ ଆକଳନ କରିହେବ ।’

ତୀବ୍ରତା ଓ କେଉଁଠି ଲ୍ୟାଣ୍ଡଫଲ କରିବ, ତାହା ଲଘୁଚାପ ହେଲେ ଜଣାପଡିବ । ତେବେ ପ୍ରାକ୍ ମୌସୁମୀ ପରିବେଶ ବାତ୍ୟା ପାଇଁ ଅନୁକୂଳ ରହିଛି । ଆମେ ଏହା ଉପରେ ନିରନ୍ତର ଅନୁଧ୍ୟାନ୍ କରୁଛୁ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲା ପରେ ସଠିକ୍ ଆକଳନ କରାଯାଇପାରିବ । ବାତ୍ୟା ଓଡ଼ିଶା ଉପକୂଳକୁ ଆସିବ କି ନାହିଁ, ସେନେଇ ପୂର୍ବାନୁମାନ କରାଯାଇନି ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ।

Get real time updates directly on you device, subscribe now.