fbpx

ସ୍କୁଲ ବନ୍ଦ ନିଷ୍ପତ୍ତି ନେଇ କ’ଣ କହିଲେ ଗଣଶିକ୍ଷା ମନ୍ତ୍ରୀ?

ଭୁବନେଶ୍ୱର, ୨୫ ।୩ (ଓଡିଶା ଭାସ୍କର): ରାଜ୍ୟରେ କରୋନା ପୁଣି ସକ୍ରିୟ ହେବାରେ ଲାଗିଛି । ଏହାରି ମଧ୍ୟରେ ରାଜଧାନୀ ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ-୧ର ଜଣେ ଛାତ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରୀୟ ବିଦ୍ୟାଳୟରେ ପଜିଟିଭ୍ ଚିହ୍ନଟ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ‘ସରକାରଙ୍କ ଦ୍ୱାରା ପରିଚାଳିତ ସ୍କୁଲ ଓ ହଷ୍ଟେଲରେ ପଜିଟିଭ ବାହାରିନି । ସରକାରଙ୍କ ଏସଓପିକୁ କଡାକଡି ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ବିଭାଗ ମଧ୍ୟ ଗୁରୁତର ଭାବରେ ଦେଖୁଛି । ଘରୋଇ ସ୍କୁଲଗୁଡିକ ଉପରେ ଜିଲ୍ଲା ପ୍ରଶାସନ କଡା ନଜର ରଖିଛନ୍ତି । ବର୍ତ୍ତମାନ ସୁଦ୍ଧା ସ୍କୁଲ ବନ୍ଦ ଉପରେ କୌଣସି ନିଷ୍ପତ୍ତି ହୋଇନି ।’

Get real time updates directly on you device, subscribe now.