ଚନ୍ଦ୍ରରେ ରହି କ’ଣ କରିବ ଚନ୍ଦ୍ରଯାନ -୩? ଜାଣନ୍ତୁ ଏହାର ଲକ୍ଷ୍ୟ ବିଷୟରେ କିଛି ତଥ୍ୟ…

ଓଡିଶା ଭାସ୍କର; ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି ଶେଷରେ ଚନ୍ଦ୍ରରେ ପାଦ ଥାପି ସାରା ବିଶ୍ୱରେ ଇତିହାସ ରଚିଛି ଭାରତ । ଇସ୍ରୋ ବୈଜ୍ଞାନିକଙ୍କ ସମସ୍ତ ପ୍ରଚେଷ୍ଠା ଓ ପରିଶ୍ରମର ଫଳ ଆଜି ଦେଶବାସୀଙ୍କୁ ମିଳିଛି । ଇସ୍ରୋ ବୈଜ୍ଞାନିକଙ୍କୁ ନେଇ ସାରା ଦେଶ ଗର୍ବ କରୁଥିବା ବେଳେ ପ୍ରଶଂସାରେ ପୋତି ପକାଇଛି ବିଶ୍ୱ । ୨୦୧୯ ରେ ଭାରତ ତାର ଚନ୍ଦ୍ର ଅଭିଯାନରେ ବିଫଳ ହୋଇଥିବା ବେଳେ ଦୀର୍ଘ ୫ବର୍ଷର ଅକ୍ଳାନ୍ତ ପରିଶ୍ରମ ପରେ ଏବେ ଇସ୍ରୋର ଚନ୍ଦ୍ର ମିଶନ ଚନ୍ଦ୍ରଯାନ-୩ ସଫଳତାପୂର୍ବକ ଚନ୍ଦ୍ରରେ ଅବତରଣ କରିଛି । ଆଜି ଏକ ଅବିଶ୍ୱସନୀୟ କାମ କରି ଭାରତ ପ୍ରମାଣ କରିଦେଇଛି ଯେ, “ହମ୍ ଭି କିସିସେ କମ୍ ନେହିଁ ‘। ଭାରତ ଚନ୍ଦ୍ରର ଦକ୍ଷିଣ ମେରୁରେ ସଫଳତାର ସହ ସଫ୍ଟ ଲ୍ୟାଣ୍ଡିଂ କରି ବିଶ୍ୱର ପ୍ରଥମ ଦେଶ ଭାବେ ଇତିହାସ ରଚିଛି ।

ଚନ୍ଦ୍ରଯାନ -୩

ଚନ୍ଦ୍ରଯାନ-୩ ହେଉଛି ଭାରତୀୟ ମହାକାଶ ଗବେଷଣା ସଂଗଠନ, ଇସ୍ରୋଦ୍ୱାରା ତୃତୀୟ ଚନ୍ଦ୍ର ଅନୁସନ୍ଧାନ ଅଭିଯାନ । ଏଥିରେ ଚନ୍ଦ୍ରଯାନ-୨ ଭଳି ଲ୍ୟାଣ୍ଡର ଓ ରୋଭର ରହିଥିଲେ ବି ଏଥିରେ ପରିକ୍ରମଣକାରୀ (ଅର୍ବିଟର) ନାହିଁ । ଏହାର ପ୍ରୋପଲ୍ସନ୍ ମଡ୍ୟୁଲ୍ ଏକ ଯୋଗାଯୋଗ ରିଲେ ସାଟେଲାଇଟ୍ ଭଳି ଆଚରଣ କରେ । ମହାକାଶଯାନ ୧୦୦ କିଲୋମିଟର ଚନ୍ଦ୍ର କକ୍ଷପଥରେ ରହିବା ପର୍ୟ୍ୟନ୍ତ ପ୍ରୋପଲସନ ମଡ୍ୟୁଲ ଲ୍ୟାଣ୍ଡର ଏବଂ ରୋଭର ବହନ କରିଥାଏ ।

ଚନ୍ଦ୍ରଯାନ-୨ ପରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ଶେଷ ମୁହୂର୍ତ୍ତରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ତ୍ରୁଟି ଯୋଗୁଁ ସଫଳ କକ୍ଷପଥ ପ୍ରବେଶ ପରେ ଲ୍ୟାଣ୍ଡରର ସଫ୍ଟ ଲ୍ୟାଣ୍ଡିଂ ପ୍ରୟାସ ବିଫଳ ହେବା ପରେ ଆଉ ଏକ ଚନ୍ଦ୍ର ଅଭିଯାନ ପ୍ରସ୍ତାବ ଦିଆଯାଇଥିଲା। ୩ୟ ଥର ଏହି ଅଭିଯାନକ୍ରମେ ୨୦୨୪ ମସିହାରେ ଜହ୍ନର ଦକ୍ଷିଣ ମେରୁରେ ରୋଭର (ଚନ୍ଦ୍ର ଉପରେ ବୁଲାବୁଲି କରି ତାହାର ମାଟିର ନମୁନା ସଂଗ୍ରହ କରିବା) ଏବଂ ଏକ ଲ୍ୟାଣ୍ଡର ପଠାଯାଇ ଚନ୍ଦ୍ରର ସ୍ଥିତି ନିରୀକ୍ଷଣ କରିବା ।

ଏହି ଅଭିଯାନଟି ନୂତନ ଭୂମି ଅନୁଧ୍ୟାନ ସହିତ ଜଡ଼ିତ କଳାକୌଶଳ ଯଥା ଯାନ ପରିବହନ ଏବଂ କିଛି ଶହ କିଲୋଗ୍ରାମ ଓଜନର ଆସବାବପତ୍ର ସହିତ ମେରୁ ସ୍ଥାନରେ କିପରି ଦୀର୍ଘସ୍ଥାୟୀ ରାତ୍ରଯାପନ ହୋଇପାରିବ ତାହା ଉପରେ ଅଧିକ ଅନୁଧ୍ୟାନ କରିବ । ସମ୍ଭାବିତ ପାଣିର ଖୋଜା, ନମୁନା ସଂଗ୍ରହ ଏବଂ ତଦନ୍ତ ମୁଖ୍ୟତଃ ଏହି ଅଭିଯାନର ଲକ୍ଷ୍ୟ । ଅନ୍ୟାନ୍ୟ ଅନ୍ତରୀକ୍ଷ ସଂସ୍ଥାଗୁଡ଼ିକରୁ ପେଲୋଡ ବା ଆସବାବପତ୍ର ନେବାକୁ ପ୍ରସ୍ତାବ ଦିଆଯିବ । ୧୪ ଜୁଲାଇ ୨୦୨୩ ତାରିଖରେ ଚନ୍ଦ୍ରଯାନ-୩କୁ ସଫଳତାର ସହିତ ଏଲଭିଏମ୩ ଏମ୪ ରକେଟ ଦ୍ୱାରା କକ୍ଷପଥରେ ସ୍ଥାପନ କରାଯାଇଥିଲା ।

ଲ୍ୟାଣ୍ଡର ଅବତରଣ କରିବା ପରେ ସେଥିରୁ ପ୍ରଜ୍ଞାନ ରୋଭର ବାହାରି ଯାଇ ଚନ୍ଦ୍ରପୃଷ୍ଠର ସ୍ଥିତି ସମ୍ପର୍କରେ ଅନୁଧ୍ୟାନ କରି ସୂଚନା ପଠାଇବ । ଏହା ୧୪ ଦିନ ପର୍ଯ୍ୟନ୍ତ କାମ କରିବ । ଏପଟେ ପ୍ରପଲସନ ମଡ୍ୟୁଲ ବର୍ଷ ବର୍ଷ ଧରି ସୌରମଣ୍ଡଳ ବାହାରେ ଥିବା ଗ୍ରହ ସମ୍ପର୍କରେ ତଥ୍ୟ ପଠାଇବ । ଯାହାକୁ ଆଧାର କରି ସେଠାକାର ସ୍ଥିତି ବସବାସ ଉପଯୁକ୍ତ କି ନୁହେଁ ବୈଜ୍ଞାନିକମାନେ ଗବେଷଣା କରିବେ ।

ସୂଚନା ଥାଉକି, ରୁଷର ମୁନ ଭେହିକିଲ ଲୁନା-୨୫ କିଛି ଦିନ ତଳେ କ୍ରାସ ହୋଇଥିଲା । ଭାରତ ଅପେକ୍ଷା ରୁଷ ଏହି ଚନ୍ଦ୍ର ଅଭିଯାନରେ ତିନି ଗୁଣାରୁ ଅଧିକ ଟଙ୍କା ଖର୍ଚ୍ଚ କରିଥିଲା । ସେହିପରି ଭାରତର ଚନ୍ଦ୍ରଯାନ-୨ ଅପେକ୍ଷା ଚନ୍ଦ୍ରଯାନ-୩ ରେ କମ ଟଙ୍କା ଖର୍ଚ୍ଚ ହୋଇଛି । ଚନ୍ଦ୍ରର ଦକ୍ଷିଣ ମେରୁରେ ସଫ୍ଟ ଲ୍ୟାଣ୍ଡିଂରେ ସଫଳ ହୋଇ ବିଶ୍ୱର ପ୍ରଥମ ରାଷ୍ଟ୍ର ହୋଇଛି ଭାରତ । ଏହି ଚନ୍ଦ୍ର ଅଭିଯାନ ସମ୍ପୂର୍ଣ୍ଣ ସଫଳ ହେବା ପରେ ଭାରତ ସାରା ବିଶ୍ୱରେ ପ୍ରମାଣିତ କରିଦେବ ଯେ, ଭାରତ ଦେଶ କେଉଁଥିରେ ବି କମ ନୁହେଁ ।