fbpx

ଦ୍ୱାଦଶ ରେଜଲ୍ଟ କେବେ ପ୍ରକାଶ ପାଇବ? ଜାଣନ୍ତୁ କ’ଣ କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପରୀକ୍ଷା ରେଜଲ୍ଟକୁ ଅପେକ୍ଷା ଅନାଁଇ ବସିଛନ୍ତି ଦ୍ୱାଦଶ ଶ୍ରେଣୀ ଛାତ୍ରୀ । ଏହାରି ମଧ୍ୟରେ ବଡ଼ ଘୋଷଣା କରିଛନ୍ତି ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଜୁଲାଇ ଶେଷ ସପ୍ତାହରେ ଦ୍ୱାଦଶ ରେଜଲ୍ଟ ପ୍ରକାଶ ପାଇବ । ଏନେଇ ମନ୍ତ୍ରୀ ଆଜି ସୂଚନା ଦେଇଛନ୍ତି ।

ଏହା ସହ ଆସନ୍ତା ୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ୬ ତାରିଖ ଦିନ ଗୋଟାଏ ବେଳେ ରେଜଲ୍ଟ ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ମାର୍ଚ୍ଚ ୨୯ରୁ ଆରମ୍ଭ ହୋଇଥିଲା ମାଟ୍ରିକ୍ ପରୀକ୍ଷା । ମେ ୧୦ ତାରିଖ ଯାଏଁ ଚାଲିଥିଲା ପରୀକ୍ଷା । ଚଳିତବର୍ଷ ୫ଲକ୍ଷ ୩୮ ହଜାର ପିଲା ପରୀକ୍ଷା ଦେଇଛନ୍ତି । ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାର୍ଟ-୧ ଅବ୍ ଜେକ୍ଟିଭ୍ ପରୀକ୍ଷା ସକାଳ ୮ଟାରୁ ୯ଟା ଓ ପାର୍ଟ-୨ ସବ୍ ଜେକ୍ଟିଭ୍ ୯ଟାରୁ ୧୦ଟା ପର୍ଯ୍ୟନ୍ତ ଚାଲିଥିଲା । ପରୀକ୍ଷା କେନ୍ଦ୍ରରେ ମୋବାଇଲକୁ କଡ଼ାକଡ଼ି ଭାବେ ବାରଣ କରାଯାଇଥିଲା । ପରୀକ୍ଷାକୁ ଶୃଙ୍ଖଳିତ ଓ କପି ରୋକିବାକୁ ବୋର୍ଡର ସ୍ଵତନ୍ତ୍ର ୩୮ ଟି ସ୍କ୍ୱାର୍ଡ ,୬୫ ଟି ଫ୍ଲାଇଙ୍ଗ ସ୍କ୍ବାଡ୍ ଗଠନ କରାଯାଇଥିଲା।

Get real time updates directly on you device, subscribe now.