fbpx
BJD
BJD SKY
BJD SKY

ଓଡ଼ିଶାର ୧୪୭ଟି ବିଧାନସଭା ଓ ୨୧ଟି ଲୋକସଭା: କେଉଁ ଆସନରୁ କେଉଁ ବର୍ଗର ପ୍ରାର୍ଥୀ ଲଢ଼ିବେ, ଦେଖନ୍ତୁ ଲିଷ୍ଟ

BJD

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ ଆୟୋଗ ତାରିଖ ଘୋଷଣା କରିଛନ୍ତି । ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ନିର୍ବାଚନ ପାଇଁ ମତଦାନ ଗ୍ରହଣ କରାଯିବ । ମେ ୧୩ରେ ପ୍ରଥମ ପର୍ଯ୍ୟାୟ, ମେ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ, ମେ ୨୫ରେ ତୃତୀୟ ପର୍ଯ୍ୟାୟ, ଜୁନ ୧ରେ ଚତୁର୍ଥ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯିବ । ଏହାପରେ ଜୁନ ୪ ତାରିଖରେ ଫଳାଫଳ ଘୋଷଣା କରାଯିବ ।

ସେହିପରି ଦେଶର ୫୪୩ଟି ଲୋକସଭା ଆସନ ପାଇଁ ୭ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ କରାଯିବ । ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ, ଏପ୍ରିଲ ୨୬ରେ ଦ୍ୱିତୀୟ ପର୍ଯ୍ୟାୟ, ମେ ୭ରେ ତୃତୀୟ ପର୍ଯ୍ୟାୟ, ମେ ୧୩ରେ ଚତୁର୍ଥ ପର୍ଯ୍ୟାୟ, ମେ ୨୦ରେ ୫ମ ପର୍ଯ୍ୟାୟ, ମେ ୨୫ରେ ଷଷ୍ଠ ପର୍ଯ୍ୟାୟ, ଜୁନ ୧ରେ ସପ୍ତମ ପର୍ଯ୍ୟାୟ ମତଦାନ ଗ୍ରହଣ କରାଯିବ ।

ତେବେ ଓଡ଼ିଶାର ୧୪୭ଟି ବିଧାନସଭା ଓ ୨୧ଟି ଲୋକସଭା ଆସନରେ ଜେନେରାଲ, ଅନୁସୂଚିତ ଜାତି (ଏସସି), ଅନୁସୂଚିତ ଜନଜାତି (ଏସଟି) ବର୍ଗର ପ୍ରାର୍ଥୀମାନେ ନିର୍ବାଚନ ଲଢ଼ିବେ । ଏପରି ସ୍ଥିତିରେ କେଉଁ ଆସନ କେଉଁ ବର୍ଗର ପ୍ରାର୍ଥୀଙ୍କ ପାଇଁ ସଂରକ୍ଷିତ ରହିଛି ତାହା ଭୋଟର ଓ ପ୍ରାର୍ଥୀମାନେ ଜାଣିବା ନିହାତି ଆବଶ୍ୟକ ।

Get real time updates directly on you device, subscribe now.