fbpx

ଚତୁର୍ଥ ରାଉଣ୍ଡ ସୁଦ୍ଧା କିଏ ଅଛି ଆଗୁଆ? ଜାଣନ୍ତୁ ରାଜ୍ୟରେ କାହାକୁ ମିଳିଛି କେତେ ଭୋଟ୍

ତିର୍ତ୍ତୋଲ,୧୦ ।୧୧(ଓଡିଶା ଭାସ୍କର): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଭୋଟ ଗଣତି ଜାରି ରହିଛି । ଉଭୟ ଆସନରେ ବିଜେଡି ଆଗୁଆ ରହିଛି । ଚତୁର୍ଥ ରାଉଣ୍ଡ ସୁଦ୍ଧା ଜଗତସିଂପୁର ତିର୍ତ୍ତୋଲରେ ବିଜେଡି ୫,୬୨୬ ଭୋଟରେ ଆଗୁଆ ରହିଛି । ଚତୁର୍ଥ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଦାସଙ୍କୁ ୧୫,୧୩୧ ଭୋଟ୍, ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୯,୫୦୫ ଓ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ମଲ୍ଲିକଙ୍କୁ ୧,୯୩୫ ଭୋଟ୍ ମିଳିଛି ।

ଅନ୍ୟପଟେ ବାଲେଶ୍ୱରରେ ତୃତୀୟ ରାଉଣ୍ଡରେ ମଧ୍ୟ ବିଜେଡି ଆଗୁଆ ରହିଛି । ଚତୁର୍ଥ ରାଉଣ୍ଡ ସୁଦ୍ଧା ବାଲେଶ୍ୱରରେ ବିଜେଡି ୨୬୭୧ ଭୋଟରେ ଆଗୁଆ ରହିଛି । ଚତୁର୍ଥ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ସ୍ୱରୂପ ଦାସଙ୍କୁ ୧୪,୪୮୦,, ବିଜେପି ପ୍ରାର୍ଥୀ ମାନସ ଦତ୍ତଙ୍କୁ ୧୧,୮୦୯ ଓ କଂଗ୍ରେସ ପ୍ରାର୍ଥୀ ମମତା କୁଣ୍ଡୁଙ୍କୁ ୧,୨୬୫ଭୋଟ୍ ମିଳିଛି ।

Get real time updates directly on you device, subscribe now.