fbpx
BJD
BJD SKY
BJD SKY

ତିର୍ତ୍ତୋଲର ଓ ବାଲେଶ୍ୱରରେ ସରିଲା ୧୪ ରାଉଣ୍ଡ ଭୋଟଗଣତି, ଜାଣନ୍ତୁ କାହାକୁ ମିଳିଛି କେତେ ଭୋଟ୍

ତିର୍ତ୍ତୋଲ,୧୦ ।୧୧(ଓଡିଶା ଭାସ୍କର): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଭୋଟ ଗଣତି ଜାରି ରହିଛି । ଉଭୟ ଆସନରେ ବିଜେଡି ଆଗୁଆ ରହିଛି । ୧୪ ରାଉଣ୍ଡ ସୁଦ୍ଧା ଜଗତସିଂପୁର ତିର୍ତ୍ତୋଲରେ ବିଜେଡି ୨୦,୯୪୬ଭୋଟରେ ଆଗୁଆ ରହିଛି । ୧୪ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କୁ ୪୬,୯୩୧ ଭୋଟ୍, ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୨୫,୯୮୫ ଓ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ମଲ୍ଲିକଙ୍କୁ ୧୨,୧୪୫ ଭୋଟ୍ ମିଳିଛି ।

ଅନ୍ୟପଟେ ବାଲେଶ୍ୱରରେ ମଧ୍ୟ ବିଜେଡି ଆଗୁଆ ରହିଛି । ୧୪ ରାଉଣ୍ଡ ସୁଦ୍ଧା ବାଲେଶ୍ୱରରେ ବିଜେଡି ୬,୪୭୬ ଭୋଟରେ ଆଗୁଆ ରହିଛି । ୧୪ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ସ୍ୱରୂପ ଦାସଙ୍କୁ ୫୧,୦୯୩, ବିଜେପି ପ୍ରାର୍ଥୀ ମାନସ ଦତ୍ତଙ୍କୁ ୪୪,୬୧୭ ଓ କଂଗ୍ରେସ ପ୍ରାର୍ଥୀ ମମତା କୁଣ୍ଡୁଙ୍କୁ ୩,୩୩୭ ଭୋଟ୍ ମିଳିଛି ।

Get real time updates directly on you device, subscribe now.