fbpx

ମାଟ୍ରିକ ପ୍ରଶ୍ନପତ୍ର ଲିକ୍ ଓ ଭାଇରାଲ ହେଲେ କିଏ ରହିବେ ଦାୟୀ? ଜାଣନ୍ତୁ…

ଓଡ଼ିଶା ଭାସ୍କର: ଆସନ୍ତା ଫେବ୍ରୁଆରୀ ୨୦ ତାରିଖରୁ ଆରମ୍ଭ ହେବାକୁ ଯାଉଛନ୍ତି ମାଟ୍ରିକ୍ ପରୀକ୍ଷା। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ପାଇଁ ୫ ଲକ୍ଷ ୫୧ ହଜାର ୬୧୧ ଜଣ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି। ବୋର୍ଡ ପକ୍ଷରୁ ୩ ହଜାର ୭୩ଟି ପରୀକ୍ଷା କେନ୍ଦ୍ର ଏବଂ ଦୁର୍ଗମ ଅଞ୍ଚଳର ୨୧ଟି ଥାନାକୁ ନୋଡାଲ୍ ସେଣ୍ଟର କରାଯାଇଛି। ଏହା ସହ ବ୍ୟବସ୍ଥିତ ଭାବେ ପରୀକ୍ଷାକୁ ପରିଚାଳିତ କରିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟକ୍ରମ ଜାରି ରଖିଛି। ତେବେ ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ଭାଇରାଲ ରୋକିବାକୁ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି।

ଯଦି କୌଣସି ପରୀକ୍ଷା କେନ୍ଦ୍ରରୁ ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ନଜରକୁ ଆସେ ତାହାହେଲେ ସମ୍ପୃକ୍ତ ଶିକ୍ଷାନୁଷ୍ଠାନର ପ୍ରଧାନଶିକ୍ଷକ ଏଥିପାଇଁ ଦାୟୀ ରହିବେ ଏବଂ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ଅନ୍ୟପଟେ ମୋବାଇଲ୍ ପ୍ରବେଶ ଉପରେ କଟକଣା ଲଗାଯାଇଛି। ପରୀକ୍ଷା କେନ୍ଦ୍ର ପରିଚାଳକଙ୍କ ବ୍ୟତୀତ ପରୀକ୍ଷା ଚାଲିଥିବା ସମୟରେ ଅନ୍ୟ କେହି କେନ୍ଦ୍ର ଭିତରକୁ ମୋବାଇଲ୍ ନେଇପାରିବେ ନାହିଁ। ସେହିପରି ପ୍ରଶ୍ନପତ୍ର ଥିବା ଆଲମାରିର ଚାବିକାଠି କେନ୍ଦ୍ର କୌଣସି ପ୍ୟାକେଟ୍ କିମ୍ବା କାଗଜପତ୍ର ଯାଞ୍ଚ କରିବାକୁ ଦେବା ପୂର୍ବରୁ ସମ୍ପୃକ୍ତ ଅଧିକାରୀଙ୍କ ପରିଚୟ ସମ୍ପର୍କରେ ପରିଚାଳକ ଭଲ ଭାବେ ଜାଣିଥିବା ଆବଶ୍ୟକ। ଅଚିହ୍ନା ବ୍ୟକ୍ତିକୁ ପରୀକ୍ଷା କେନ୍ଦ୍ର ଭିତରକୁ ପ୍ରବେଶ ଲାଗି ଅନୁମତି ନ ଦେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

Get real time updates directly on you device, subscribe now.