fbpx

କ’ଣ ଆପଣଙ୍କ ବିବାହରେ ବିଳମ୍ବ ହେଉଛି କି ? ତେବେ କରନ୍ତୁ ଏହିସବୁ ଉପାୟ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବିବାହ ପାଇଁ ବୃହଷ୍ପତି ଗ୍ରହଙ୍କ ଅନୁକୂଳ ସ୍ଥିତି ନିତାନ୍ତ ଜରୁରୀ । ଯାହାର କୁଣ୍ଡଳୀରେ ବୃହଷ୍ପତି ଅଶୁଭ ସ୍ଥାନରେ ରହିଥାନ୍ତି ସେମାନଙ୍କର ବିବାହରେ ବହୁତ ସମସ୍ୟା ଉପୁଜିଥାଏ । ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୃହଷ୍ପତି ଗ୍ରହଙ୍କ ଦୋଷକୁ ଦୂର କରିବା ପାଇଁ କେତେକ ଉପାୟ ରହିଛି । ଏହି ଉପାୟ ଯଦି ଗୁରୁ ପୁଷ୍ୟର ଶୁଭ ମୁହୂର୍ତ୍ତରେ କରାଯିବ ତେବେ ମନସ୍କାମନା ଖୁବ୍ ଶୀଘ୍ର ପୂର୍ଣ ହେବ ।

 

ତେବେ ଏହିସବୁ ଉପାୟ କରନ୍ତୁ ।

 

ଗୁରୁବାର ଦିନ କଦଳୀ ଗଛ ମୂଳରେ ହଳଦିଆ କପଡା ରଖ୍ ଦେବଗୁରୁ ବୃହସ୍ପତି ଏବଂ ଭଗବାନ ବିଷ୍ଣୁଙ୍କ ମୂର୍ତି ସ୍ଥାପନ କରନ୍ତୁ । ଯଦି ଏହା ସମ୍ଭବପର ନୁହେଁ ତେବେ କଦଳୀ ପତ୍ରରେ ମଧ୍ୟ ଉଭୟ ଭଗବାନଙ୍କ ପ୍ରତିମା ସ୍ଥାପିତ କରିପାରିବେ । ଗାଈ କ୍ଷୀରରେ ବୃହସ୍ପତି ଓବିଷ୍ଣୁଙ୍କ ଅଭିଷେକ କରି ହଳଦିଆ ଫୁଲ, ହଳଦିଆ ଚନ୍ଦନ, ଗୁଡ, ଚଣାଡାଲି, ହଳଦିଆ ବସ୍ତ୍ର ଅର୍ପଣ କରନ୍ତୁ ।

 

ଭଗବାନଙ୍କୁ ପ୍ରସାଦ ପ୍ରସାଦରେ ହଳଦି ରନ୍ଧାଖାଦ୍ୟ ଏବଂ ହଳଦିଆ ଫଳ ଅର୍ପଣ କରନ୍ତୁ । ଏହିଭଳି ପୂଜା କରିବା ପରେ ଦେବଗୁରୁ ବୃହସ୍ପତି ଏବଂ ଭଗବାନ ବିଷ୍ଣୁଙ୍କ ଆରତି ଗାଈର ଶୁଦ୍ଧ ଘିଅରେ ଦୀପ ଲଚ ଗାଇ କରନ୍ତୁ । ଏହିଭଳି ଗୁରୁ ପୁଷ୍ୟ ଯୋଗରେ ପୂଜା କରିବା ଦ୍ୱାରା ଗୁରୁର ଅଶୁଭ ପ୍ରଭାବ ଟଳିଥାଏ ଏବଂ ଶୁଭ ଫଳ ମିଳିବାକୁ ଲାଗିଥାଏ । ଏହାସହ ବିବାହର ଯୋଗ ମଧ୍ ପଡିବାକୁ ଲାଗିଥାଏ ।

Get real time updates directly on you device, subscribe now.