ରାଜ୍ୟରେ ପୁଣି ବଢ଼ିଲା ଶୀତ, ଆସନ୍ତା ୨୪ ଘଣ୍ଟା ପାଇଁ ୮ ଜିଲ୍ଲାକୁ ୟେଲୋ ଆଲର୍ଟ
ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ କୁହୁଡ଼ୁ ହେବା ନେଇ ଆଲର୍ଟ ଜାରି
ଭୁବନେଶ୍ୱର : ରାଜ୍ୟରେ ଏବେ କଲବଲ କରୁଛି ଶୀତ। ଗତ କାଲି ଅର୍ଥାତ୍ ରବିବାର ରାଜ୍ୟର କିଛି ସ୍ଥାନରେ ପ୍ରବଳ କୁହୁଡ଼ି ହେବା ନେଇ ଆଲର୍ଟ ଜାରି ହୋଇଥିବା ବେଳେ ଆଜି ସାମାନ୍ୟ ହ୍ରାସ ପାଇବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ କୁହୁଡ଼ୁ ହେବା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଆସନ୍ତା ୨୪ ଘଣ୍ଟା ପାଇଁ ୮ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ବିଭାଗ।।
ଆଜି ଓ ଆସନ୍ତା କାଲି କନ୍ଧମାଳ, କୋରାପୁଟ(Koraput), ଝାରସୁଗୁଡ଼ା, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ(Dhenkanal), ନୟାଗଡ଼ ଓ ସୁନ୍ଦରଗଡ଼ ଏଭଳି ୮ ଜିଲ୍ଲାର କିଛି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
ଏହି ସବୁ ଜିଲ୍ଲାରେ ୫୦ ମିଟର ତଳକୁ ଦୃଶ୍ୟମାନ୍ୟତା ହ୍ରାସ ପାଇବ।। କିଛି ସ୍ଥାନରେ ଜିରୋ ଭିଜିବିଲିଟି ଅବସ୍ଥା ସୃଷ୍ଟି ହେବାର ମଧ୍ୟ ସମ୍ଭାବନା ରହିଛି।
ଏ ନେଇ ଏହି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏଥିପାଇଁ ରାତି ୨ଟାରୁ ସକାଳ ୧୦ ଟା ମଧ୍ୟରେ ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଜୋନ୍ ଉପରେ ସ୍ବତନ୍ତ୍ର ସତର୍କତା ବଜାୟ ରଖିବା ପାଇଁ ପରାମର୍ଶ ଦିଆଯାଇଛି।
ସେପଟେ ଆଗାମୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରା ବଢିବ। ଅଧିକାଂଶ ଜିଲ୍ଲାରେ ୨ ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି।