fbpx

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୪୧. ୪୧ ଲକ୍ଷକୁ ବୃଦ୍ଧି

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୪୧ ଲକ୍ଷ ୪୧ ହଜାର ୮୮୪ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ କୋଟି ୨୭ ଲକ୍ଷ ୮୩ ହଜାର ୮୮୨କୁ ବୃଦ୍ଧି ପାଇଛି । ମୋଟ ୧୭ କୋଟି ୫୩ ଲକ୍ଷ ୧୯ ହଜାର ୩୭୭ଜଣ ସୁସ୍ଥ ହୋଇଛନ୍ତି । ୧ କୋଟି ୩୩ ଲକ୍ଷ ୨୨ ହଜାର ୬୨୧ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୮୨ ହଜାର ୧୮୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । କରୋନା ପ୍ରଭାବିତ ୨୨୦ଟି ଦେଶ ମଧ୍ୟରୁ ଆମେରିକାରେ ସର୍ବାଧିକ ମୃତ୍ୟୁ ଘଟିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୬ ଲକ୍ଷ ୨୫ ହଜାର ୮୦୨ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Get real time updates directly on you device, subscribe now.