ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା। ଆଜି ଉପକୂଳ ଏବଂ ଉତ୍ତର ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।
୧୩ ଓ ୧୪ ତାରିଖରେ ଅଧାରୁ ଅଧିକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ପାଇଁ ୧୩ ତାରିଖରେ ୨୩ଟି ଓ ୧୪ ତାରିଖରେ ୧୭ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ।
ବର୍ଷା ସମୟରେ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ୧୬ ତାରିଖରୁ ବର୍ଷାର ପ୍ରଭାବ କମିବା ସହିତ ବିଭିନ୍ନ ସ୍ଥାନରେ ତାପମାତ୍ରା ବଢ଼ିପାରେ।