ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ୧୯ ଜିଲ୍ଲାରେ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟରେ ଏବେ ସକ୍ରିୟ ରହିଛି ମୌସୁମୀ। ସେପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଯାହାର ପ୍ରଭାବରେ ରାଜ୍ୟରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ରବିବାର ୨୨ ତାରିଖରେ ୧୯ ଜିଲ୍ଲାରେ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

ୟେଲୋ ଆଲର୍ଟ ଜାରି କରାଯାଇଥିବା ୧୯ ଜିଲ୍ଲା ହେଉଛି ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ଅନୁଗୁଳ, ଦେବଗଡ଼, ଢେଙ୍କାନାଳ, କୋରାପୁଟ, ରାୟଗଡ଼ା, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର ଓ କଟକ।

ଏହି ସବୁ ଜିଲ୍ଲାରେ ବର୍ଷା ଘଡ଼ଘଡ଼ି ହେବା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।