fbpx

ରାଜ୍ୟର ଏହି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ବର୍ଷାର ପରିମାଣ ହ୍ରାସ ପାଇଛି । ତେବେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବାନ ରହିଛି ବୋଲି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ରାଜ୍ୟର ବିଭିନ୍ନ ଜିଲ୍ଳାକୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ମାୟୁରଭଞ୍ଜ, ମାଲକାନଗିରି। ସେହିପରି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା ନୟାଗଡ଼, ସୁନ୍ଦରଗଡ଼, ରାୟଗଡ଼ା, ଗଜପତି, କନ୍ଧାମାଳ, ଯାଜପୁର, କଟକ, ଖୋର୍ଦ୍ଧା, ବୌଦ୍ଧ, ନବରଙ୍ଗପୁର ଓ ଦେବଗଡ । ଏଥିସହ ଟ୍ବିନ ସିିଟିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପକ୍ଷରେ ରାଜ୍ୟରେ ନିଅଣ୍ଟିଆ ବର୍ଷା ପରିସ୍ଥିତି ଜାରି ରହିଛି । ଜୁନ୍‍ ପହିଲାରୁ ଆଜି ପର୍ଯ୍ୟନ୍ତ ୭୬୦ ଦଶମିକ ୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ତେବେ ସ୍ୱାଭାବିକ ବର୍ଷାର ପରିମାଣ ୮୩୮ ଦଶମିକ ୮ ମିଲିମିଟର ରହିଛି । ଏହି ସମୟ ମଧ୍ୟରେ ୧୧ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି ।

Get real time updates directly on you device, subscribe now.