fbpx

Breaking News, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି: ପ୍ରବଳ ବର୍ଷା ହେବା ନେଇ ସତର୍କବାଣୀ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘନଘନ ବର୍ଷା ଲାଗି ରହିଛି । ଲଗାଣ ବର୍ଷା ଯୋଗୁଁ ଜନଜୀବନ ପ୍ରଭାବିତ ହେଉଛି । ଏହାପରେ ଆଜି ପାଇଁ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଜାରି କରାଯାଇଛି । ସେହିପରି କେନ୍ଦୁଝର, ସୁନ୍ଦରଗଡ଼ରେ ମଧ୍ୟ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି ହୋଇଛି । ଏହାବ୍ୟତୀତ ଯାଜପୁର, ଢେଙ୍କାନାଳ, ଅନୁଗୁଳ ଏବଂ ଦେବଗଡ଼ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂର ତାଲିକାରେ ସାମିଲ ରହିଛି । ସମ୍ବଲପୁର, ଝାରସୁଗୁଡ଼ା ଏବଂ ବରଗଡ଼ରେ ପ୍ରବଳ ବର୍ଷା ହେବାର ସୂଚନା ଜାରି କରିଛନ୍ତି ପାଣିପାଗ ବିଭାଗ । ତେବେ ଆଗକୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

Get real time updates directly on you device, subscribe now.