fbpx

ଘୂର୍ଣ୍ଣିବଳୟର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା; ପ୍ରବଳ ବର୍ଷା ହେବାନେଇ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ପଶ୍ଚିମକେନ୍ଦ୍ରୀୟ ତତ୍‍ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗେ।।ପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର, ସୋନପୁର, ସମ୍ବଲପୁର ଓ ବରଗଡ଼ରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅନ୍ୟପକ୍ଷରେ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪ ଦଶମିକ ୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ବର୍ଷା ୯ ଦଶମିକ ୯ ମିଲିମିଟର ତୁଳନାରେ ୪୪ ପ୍ରତିଶତ ଅଧିକ ରହିଛି । ଚଳିତ ମୌସୁମୀ ଋତୁରେ ଗତ ଜୁନ୍‍ ୧ରୁ ଆଜି ସୁଦ୍ଧା ରାଜ୍ୟରେ ୪୦୧ ଦଶମିକ ୩ ମିଲିମିଟର ବର୍ଷା ରେକର୍ଡ ହୋଇଛି ।

ଯାହା ସ୍ୱାଭାବିକ ବର୍ଷା ୪୫୮ ଦଶମିକ ୮ ମିଲିମିଟର ତୁଳନାରେ ୧୩ ପ୍ରତିଶତ କମ୍‍ ରହିଛି । ଏହି ଅବଧି ମଧ୍ୟରେ ମାଲକାନଗିରି ଜିଲ୍ଲାରେ ସର୍ବାଧିକ ୬୮୪ ଦଶମିକ ୪ ମିଲିମିଟର ବର୍ଷା ହୋଇଥିବାବେଳେ ଗଞ୍ଜାମ ଜିଲ୍ଲାରେ ସର୍ବନିମ୍ନ ୨୨୧ ଦଶମିକ ୮ ମିଲିମିଟର ବର୍ଷା ହୋଇଛି ।

Get real time updates directly on you device, subscribe now.