fbpx
BJD SKY
BJD SKY

ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

BJD

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପ୍ରବଳ ବର୍ଷାକୁ ନେଇ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ୧୧ଟି ଜିଲ୍ଲାରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।

ଏହା ସହ ଆସନ୍ତା ୨୯ ତାରିଖ ସକାଳ ୮.୩୦ ଯାଏଁ ୧୧ଟି ଜିଲ୍ଲାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷାର ହେବାର ସମ୍ଭାବନା ରହିଛି । କିଛି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବା ନେଇ ସମସ୍ତ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ପକ୍ଷରୁ ସତର୍କ କରିଦିଆଯାଇଛି ।

Get real time updates directly on you device, subscribe now.