fbpx

(Video) ସାରା ରାଜ୍ୟରେ ଲଗାଣ ବର୍ଷା : ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ଆହୁରି ଭିଜିବ ଓଡ଼ିଶା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଜି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଉ ବର୍ଷା ହେଲେ ଦଶହରା ଫିକା ହୋଇଯିବା ଆଶଙ୍କା ରହିଛି । ପାଣିପାଗ ବିଭାଗର ଆକଳନ ଅନୁସାରେ ଆଜି ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

ଅର୍ଥାତ୍ ଏସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି । ଆଜି ସକାଳ ୮ଟା ୩୦ ପର୍ୟ୍ୟନ୍ତ ଗଜପତି, ଗଞ୍ଜାମ, ପୁରୀ, ରାୟଗଡା, ମାଲକାନଗିରି, କୋରାପୁଟ ଓ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅର୍ଥାତ ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେମି ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ତଳିଆ ଅଂଚଳରେ ପାଣି ଜମିବାର ଆଶଙ୍କା ରହିଛି । ପାହାଡିଆ ଅଞ୍ଚଳରେ ଭୁସ୍ଖଳନର ଆଶଙ୍କା ରହିଛି । ମାଟି ଓ ଛାଳଛପର ଘର ଭାଙ୍ଗିପାରେ । ସେହିପରି ପ୍ରବଳ ବର୍ଷା ପାଇଁ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୭ ତାରିଖରୁ ପାଗରେ ପରିବର୍ତ୍ତନ ସମ୍ଭାବନା ରହିଛି ।

Get real time updates directly on you device, subscribe now.