fbpx

୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୨୯ ।୧୨(ଓଡିଶା ଭାସ୍କର): ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ଜାରି ରହିବ ଶୀତ ଲହରି । ଏନେଇ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ୧୩ଟି ଜିଲ୍ଲା ଯଥା- ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ବାଲେଶ୍ୱର, ଅନୁଗୁଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, କଟକ, ପୁରୀ, ଖୋର୍ଦ୍ଧା, କଳାହାଣ୍ଡି ଓ ବଲାଙ୍ଗିର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ତେବେ ଜାନୁଆରି ୨ରେ ଉତ୍ତର ଓଡିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି । ୬ଟି ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି । ସେହି ୬ଟି ଜିଲ୍ଲା ହେଉଛି- ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ଖୋର୍ଦ୍ଧା, ସୋନପୁର ଓ ବୌଦ୍ଧ ।

Get real time updates directly on you device, subscribe now.