fbpx

ପଶ୍ଚିମା ଝଡ଼ର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ କୁଆପଥର ଏବଂ ଘଡ଼ଘଡ଼ି ସହ ବର୍ଷା: ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଆସନ୍ତା ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପଶ୍ଚିମା ଝଡର ପ୍ରଭାବରେ କାଳବୈଶାଖୀ ବର୍ଷା ଓ ଝଡ଼ତୋଫାନ ଜାରି ରହିବ । ବିଶେଷକରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଜପତି, ଗଞ୍ଜାମ, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଆଦି ୧୩ଟି ଜିଲ୍ଲାରେ ପରିସ୍ଥିତିକୁ ଧ୍ୟାନରେ ରଖି ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ତଥା ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ଢେଙ୍କାନାଳ, ମୟୂରଭଞ୍ଜ, ବାଲେଶ୍ୱର, ରାୟଗଡ଼ା, ଯାଜପୁର, ଭଦ୍ରକ ଏବଂ ମାଲକାନଗିରିର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିଲା । କୋରାପୁଟ ଜିଲ୍ଲାର ଜୟପୁରଠାରେ ସର୍ବାଧିକ ୧୪୮ ଦଶମିକ ୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ବର୍ଷା ହେତୁ ଆଭ୍ୟନ୍ତରିଣ ଓ ଉପକୂଳ ଓଡ଼ିଶାରେ ଦିନର ତାପମାତ୍ରା ହ୍ରାସ ପାଇଥିବା ରେକର୍ଡ କରାଯାଇଛି ।

Get real time updates directly on you device, subscribe now.