fbpx

ସୃଷ୍ଟି ହେଲା ଲଘୁଚାପ; ଆସନ୍ତା ୪୮ ଘଣ୍ଟାରେ ନେବ ଅବପାତର ରୂପ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଦକ୍ଷିଣପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ତେବେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏହି ଲଘୁଚାପ ଅବପାତର ରୂପ ନେଇପାରେ । ଏହାକୁ ଦୃଷ୍ଟିରେ ରଖି ୧୪ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହି ଅବପାତ ଯୋଗୁ ରାଜ୍ୟରେ ୧୩ରୁ ୧୬ ତାରିଖ ଯାଏ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୧୩ ତାରିଖରେ ଉତ୍ତର ଓଡ଼ିଶା ଓ ଏହାର ପାଶ୍ୱର୍ବତ୍ତୀ ଜିଲ୍ଲା ସହ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ । ସେହିପରି ୧୪ରୁ ୧୬ ଯାଏ ପଶ୍ଚିମ ଓଡ଼ିଶା ଏବଂ ଛତିଶଗଡ଼ରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । ନବରଂଗପୁର, ମାଲକାନଗିରି, କୋରାପୁଟ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

 

Get real time updates directly on you device, subscribe now.