fbpx
BSKY
BJD MC SKY
BJD YOUTH SKY

ଶ୍ରାବଣ ମାସରେ ନିଅଣ୍ଟିଆ ବର୍ଷା: ଆସନ୍ତା ୨୪ ଘଣ୍ଟା ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ନିଅଣ୍ଟିଆ ବର୍ଷାର ସ୍ଥିତି ଜାରି ରହିଛି । ଏହା ଚାଷକାର୍ଯ୍ୟରେ ବିଶେଷ ଭାବରେ ପ୍ରଭାବ ପକାଇଛି । ତେବେ ଆସନ୍ତା ୨୮ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି । ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୧୭ଟି ଜିଲ୍ଲାରେ ୨୦ରୁ ୫୯ ପ୍ରତିଶତ କମ୍‍ ବର୍ଷା ହୋଇଛି ।

ଅନ୍ୟପକ୍ଷରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୬ ଜିଲ୍ଲା ଯଥା- ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତ୍‍ସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ପାଇଁ ୟୋଲୋ ୱାର୍ଣ୍ଣଂ ଜାରି କରାଯାଇଛି ।

ଅନ୍ୟପଟେ ଚଳିତ ମାସରେ ଦୁଇଟି ଲଘୁଚାପ ହେବାର ସମ୍ବାବନା ରହିଛି । ୧୮ରୁ ୨୧ ମଧ୍ୟରେ ଉତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ହୋଇପାରେ । ଏହାର ପ୍ରଭାବରେ ରାଜ୍ୟରେ ମଧ୍ୟମରୁ ଅଧିକ ବର୍ଷା ହେବ । ସେହିପରି ଚତୁର୍ଥ ସପ୍ତାହରେ କେନ୍ଦ୍ରୀୟ ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ହୋଇପାରେ । ଏହାର ପ୍ରଭାବରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି ।

Get real time updates directly on you device, subscribe now.