ମୟୂରଭଞ୍ଜ, ବାଲେଶ୍ୱର ସମେତ ୨୧ ଜିଲ୍ଲାବାସୀ ରୁହ ସତର୍କ, ମାଡ଼ିଆସୁଛି ପ୍ରବଳ ବର୍ଷା ସାଙ୍ଗକୁ ପବନ

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି ।

୨୪ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ନେଇ ସତର୍କ କଲା ପାଣିପାଗ ବିଭାଗ । ଆଗାମୀ ୨୪ ଘଣ୍ଟା ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ପ୍ରବଳ ବର୍ଷା ସାଙ୍ଗକୁ ଘଣ୍ଟାକୁ ୪୦ କି.ମି ବେଗରେ ପବନ ବହିବା ନେଇ ସତର୍କ କରିଛି ପାଣିପାଗ ବିଭାଗ ।

୨୪ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱରରେ ଅତି ପ୍ରବଳ ବର୍ଷା । ଏନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।