fbpx

୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ: ୫ ଦିନ ପାଇଁ ପାଣିପାଗ ଦେଲା ସତର୍କ ସୂଚନା

Advertisement

ଭୁବନେଶ୍ୱର: ରାଜ୍ୟରେ ମୌସୂମୀ ପ୍ରଭାବରେ ଆରମ୍ଭ ହୋଇଯାଇଛି ବର୍ଷା । ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ମଧ୍ୟ ଦେଖିବାକୁ ମିଳିଛି । ଏହି କ୍ରମରେ ପୁଣି ଥରେ ପାଣିପାଗ ବିଭାଗ ତରଫରୁ ସତର୍କ ସୂଚନା ଜାରି କରାଯାଇଛି । ରାଜ୍ୟର ମୋଟ ୧୫ଟି ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ଆସନ୍ତା ୫ ଦିନ ପାଇଁ ଏହି ସତର୍କ ସୂଚନା ଜାରି ହୋଇଛି ।

ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେଣୁ ମୋଟ ୧୫ଟି ଜିଲ୍ଲା ପାଇଁ ଜାରି କରିଛି ୟେଲୋ ୱାର୍ଣ୍ଣିଂ । ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ବ୍ୟତୀତ ମୟୁରଭଞ୍ଜ, ନୂଆପଡା, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, ମାଲକାନାଗିରି, କୋରାପୁଟ, ରାୟଗଡା ଓ ଗଜପତି ଜିଲ୍ଲା ପାଇଁ ମଧ୍ୟ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ରାଜ୍ୟର ସମୁଦାୟ ୨୨ଟି ଜିଲ୍ଲାରେ ଘୂର୍ଣ୍ଣିଝଡ ସହ ବଜ୍ରାଘାତ ନେଇ ଆକଳନ କରାଯାଇଛି । ଏଥିପାଇଁ ପୂର୍ବ ପ୍ରସ୍ତୁତି ସହ ସତର୍କ ରହିବା ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ତେବେ ଆସନ୍ତା ୫ ଦିନ ମଧ୍ୟରେ ଉପରୋକ୍ତ ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Get real time updates directly on you device, subscribe now.