fbpx
BSKY
BJD MC SKY
BJD YOUTH SKY

ରାଜ୍ୟରେ ଆସନ୍ତା ଦୁଇଦିନ ଘନକୁହୁଡ଼ି ହେବା ନେଇ ୫ଟି ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ଦୁଇଦିନ ଭୋର୍‍ ସମୟରେ ଘନ କୁହୁଡ଼ି ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଉପକୂଳ ଓଡ଼ିଶା ସମେତ କନ୍ଧମାଳ, କଳାହାଣ୍ଡି, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାରେ ଘନକୁହୁଡ଼ି ଅନୁଭୂତ ହେବା ନେଇ କେନ୍ଦ୍ର ପକ୍ଷରୁ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଦୃଶ୍ୟମାନ ଦୂରତା କମ୍‍ ରହିବା ନେଇ ସ୍ୱତନ୍ତ୍ର ରିଲିଫ୍‍ କମିଶନରଙ୍କ ପକ୍ଷରୁ ମଧ୍ୟ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ ମାନଙ୍କୁ ସତର୍କ କରାଯାଇଛି । ଆସନ୍ତା ବୁଧବାର ୬ ତାରିଖଠାରୁ ପାଗରେ ସାମାନ୍ୟ ପରିବର୍ତ୍ତନ ହେବା ସହ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଉପକୂଳ ଓଡ଼ିଶା ସମେତ ବିଭିନ୍ନ ସ୍ଥାନରେ ଘନ କୁହୁଡି ଦେଖିବାକୁ ମିଳିଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ଘନ କୁହୁଡି ଅନୁଭୂତ ହେଉଛି । ଘନ କୁହୁଡି ଯୋଗୁଁ ଯାତାୟାତରେ ବାଧାପ୍ରାପ୍ତ ହୋଇଛି । 100 ମିଟର ଆଗକୁ କିଛି ଦେଖାଯାଉନାହିଁ । ଆସନ୍ତା 2 ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ତେବେ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ କଲବଲ କରିବ କୁହୁଡ଼ି । ଘନକୁହୁଡି ନେଇ ଆଲର୍ଟ କରିଛି ପାଣିପାଗ କେନ୍ଦ୍ର ।

Get real time updates directly on you device, subscribe now.